Posted inଖେଳ

ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ସନରାଇଜର୍ସ

ହାଇଦ୍ରାବାଦ,୯ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଲଗାତାର ୨ଟି ମ୍ୟାଚରେ ପରାଜିତ ହୋଇଥିବା ସନରାଇଜର୍ସ ହାଇଦ୍ରାବାଦ ରବିବାର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ ସହ ଟୁର୍ନାମେଣ୍ଟକୁ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟ ରଖିଛି। ଦଳ ଗତ ଦୁଇଟି ସଂସ୍କରଣରେ ପଏଣ୍ଟ ଟେବୁଲର ୮ମ ସ୍ଥାନରେ ରହିଥିଲା। ଏଥର ବିଜୟ ସହ ଆରମ୍ଭ କରିବ ବୋଲି ଯୋଜନା କରିଥିଲା। ହେଲେ ରାଜସ୍ଥାନ ରୟାଲ୍ସ ଓ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ଦୁଇଟି ମ୍ୟାଚରେ ସନରାଇଜର୍ସ ପରାଜିତ ହୋଇଛି।

ସନରାଇଜର୍ସରେ ଭଲ ଖେଳାଳି ଥାଇ ମଧ୍ୟ ଲାଗାତାର ବ୍ୟାଟିଂରେ ଖରାପ ପ୍ରଦର୍ଶନ କରି ଆସୁଛନ୍ତି। ଗତ ଦୁଇଟି ମ୍ୟାଚରେ ୧୩୧ ଓ ୧୨୧ ରନ କରି ଦଳ ଅଟକି ଯାଇଥିଲା। ଅଧିନାୟକ ଏଡେନ୍‌ ମାରକ୍ରମ ମଧ୍ୟ ଦଳକୁ ଫେରିଥିଲେ ମଧ୍ୟ ପ୍ରଥମ ମ୍ୟାଚରେ ସେ ଖାତା ଖେଳିପାର ନ ଥିଲେ।

ଅନ୍ୟପକ୍ଷେ ଅବ୍‌ଦୁଲ ସମଦଙ୍କ ଯୋଗୁ ଦୁଇଟି ମ୍ୟାଚରେ ଦଳ ସମ୍ମାନଜନକ ସ୍କୋର କରିପାରିଥିଲା। ବିସ୍ଫୋରକ ବ୍ୟାଟର ହେନ୍‌ରିଚ୍‌ କ୍ଲାସେନ ଏପର୍ଯ୍ୟନ୍ତ ତାଙ୍କ କମାଲ ଦେଖାଇ ନାହାନ୍ତି। ଆଗାମୀ ମ୍ୟାଚରେ ଦଳର ବ୍ୟାଟିଂ କମ୍ବିନେଶନ କ’ଣ ରହୁଛି ତାହା ଉପରେ ଖେଳପ୍ରେମୀଙ୍କ ନଜର ରହିବ। ଅନ୍ୟପକ୍ଷେ ପଞ୍ଜାବ ଗତ ଦୁଇଟି ମ୍ୟାଚରେ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ଲାଭ କରିପାରିଛି। ଅଭିଜ୍ଞ ଖେଳାଳି ଶିଖର ଧାଓ୍ବନ ଦଳର ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri