Posted inଜାତୀୟ

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।

ଗ୍ରୀଷ୍ମପ୍ରବାହକୁ ନେଇ ସ୍ଥିତିକୁ ନେଇ ମନ୍ତ୍ରୀ ରେଡ୍ଡୀ ଅଧିକାରୀଙ୍କ ସହ ବୈଠକ କରିଥିଲେ। ଜିଲାପାଳମାନଙ୍କଠାରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଜୟଶଙ୍କର ଭୁପାଲପାଲ୍ଲୀ ଜିଲାରେ ୪ ଜଣ ଅଂଶୁଘାତରେ ପ୍ରାଣ ହରାଇଥିବାବେଳେ ଓ୍ବାରାଙ୍ଗଲ ଅର୍ବାନ୍‌, କରିମନଗର ଏବଂ ନିଜାମାବାଦରେ ୩ ଜଣ ଲେଖାଏ ଏବଂ ଜୋଗୁଲାମ୍ବା ଗଡଓ୍ବାଲ, ରାଙ୍ଗାରେଡ୍ଡୀ ଏବଂ ସୂର଼୍ୟାପେଟ୍‌ ଜିଲାରେ ଜଣେ ଲେଖାଏ ପ୍ରାଣ ହରାଇଥିବା ମନ୍ତ୍ରୀ କହିଛନ୍ତି।

ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଛି। ଅତ୍ୟଧିକ ଉତ୍ତପ୍ତ ଗ୍ରାମଗୁଡ଼ିକୁ ଚିହ୍ନଟ କରିବା ସହ ଗଣମାଧ୍ୟମ, ସୋସିଆଲ ମିଡିଆ ଓ ଅନ୍ୟାନ୍ୟ ମାଧ୍ୟମ ଜରିଆରେ ଲୋକଙ୍କୁ ସତର୍କ କରାଇବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅଂଶୁଘାତଜନିତ ମୃତ୍ୟୁକୁ ଯେପରି ରୋକାଯାଇପାରିବ, ସେଦିଗରେ ପଦକ୍ଷେପ ନେବାକୁ ମନ୍ତ୍ରୀ କହିବା ସହ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ଛୋଟ ପିଲା ଓ ଅସୁସ୍ଥ ଲୋକମାନେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri