ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ଜଗନ୍ନାଥ ସ୍ୱାଇଁ(୫୫)।
ମଳିଥିବା ସୂଚନା ମୁତାବକ, ଜଗନ୍ନାଥ ଜମିରେ ଖତ ଖେଳାଉଥିବା ବେଳେ ହଠାତ ତଳେ ପଡ଼ିଯାଇଥିଲେ। ପରେ ତାଙ୍କୁ ଗୋବରା ମେଡ଼ିକାଲ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଦେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଗନ୍ନାଥଙ୍କ ମୃତ୍ୟୁ ଘଟିଥିଲା।
ଅନ୍ୟପକ୍ଷେ ଜଗନ୍ନାଥଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିବା ବେଳେ ପରିବାର ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

