ଥମୁନି ତାତି,ବଢୁଛନ୍ତି ଅଂଶୁଘାତ ରୋଗୀ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି । ଜିଲାରେ ତାତି ଥମିବାର ନାଁ ନେଉ ନାହିଁ । ଅନ୍ୟବର୍ଷ ତୁଳନାରେ ଏଥର ତାପମାତ୍ରା ସର୍ବାଧିକ ରହୁଛି ବୋଲି ସ୍ଥାନୀୟ ଲୋକେ କହୁଛନ୍ତି । ଜିଲାରେ ଗତ କିଛିଦିନ ହେଲା, ତାପମାତ୍ରା ୪୪ଡିଗ୍ରୀରୁ ତଳକୁ ଖସୁ ନାହିଁ । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁ ଥିବାବେଳେ ଜିଲାରେ ଅଂଶୁଘାତ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ଜିଲାର ବିଭିନ୍ନ ଡାକ୍ତରଖାନାରେ ୮୯୨୦ ରୋଗୀ ଚିକିତ୍ସିତ ହୋଇଛନ୍ତି । ଏବେ ବିଭିନ୍ନ ଡାକ୍ତରଖାନାରେ ୫୮ଜଣ ଅଂଶୁଘାତ ରୋଗୀ ଚିକିତ୍ସାଧୀନ ଅଛନ୍ତି । ତେବେ ଜିଲାରେ ଜଣେ ଅଂଶୁଘାତ ରୋଗୀଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ ସୂଚନା ଦିଆଯାଇଛି । ଅନ୍ୟପଟେ ଆଗକୁ ଏହି ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି । ଶୁକ୍ରବାର ଜିଲାର ଭେଡ଼େନ-ଜାଣ୍ଡୋଲ ଜୀରାନଦୀ କୂଳରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବାବେଳେ ତାହା ମଧ୍ୟ ଅଂଶଘାତଜନିତ ମୃତ୍ୟୁ ବୋଲି ଅନୁମାନ କରାଯାଉଛି ।

ଜିଲାରେ ଏଭଳି ଭାବେ ଅଂଶୁଘାତ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଥିବା ଯୋଗୁ ଟାଣଖରାରେ ଅର୍ଥାତ୍‌ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବାହାରେ କାମ ନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ଅଂଶୁଘାତ ତଥା ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଜିଲାପାଳ ଆଦିତ୍ୟ ଗୋୟଲ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri