ଓଡ଼ିଶା ମୁହାଁ ‘ସୁପର ଏଲ୍‌ ନିନୋ’, ରାଜ୍ୟରେ ପଡିବ ମରୁଡ଼ି! ଜାଣନ୍ତୁ କ’ଣ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୪।୬: ଓଡ଼ିଶାର ପାଣିପାଗକୁ ନେଇ ଆସିଛି ଏକ ଚିନ୍ତାଜନକ ଖବର। ଚଳିତ ବର୍ଷ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେଉଥିବା ‘ସୁପର ଏଲ ନିନୋ’ (Super El Ni୦o) ପ୍ରଭାବରେ ଓଡ଼ିଶାରେ ମୌସୁମୀ ବର୍ଷାର ପରିମାଣ ହ୍ରାସ ପାଇବା ସହ ସ୍ଥିତି ଗମ୍ଭୀର ହେବାର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ର ସୂଚନା ଅନୁଯାୟୀ, ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇପାରେ। ସେପ୍ଟେମ୍ବର ମାସ ବେଳକୁ ଏହି ଏଲ ନିନୋ ସ୍ଥିତି ଆହୁରି ସକ୍ରିୟ ହେବାକୁ ଥିବାରୁ ରାଜ୍ୟରେ ମରୁଡ଼ି ସଦୃଶ ପରିସ୍ଥିତି ସୃଷ୍ଟି ହେବାର ଭୟ ରହିଛି। ସେହିପରି ଉତ୍ତର ଓଡ଼ିଶାରେ ସାମାନ୍ୟରୁ କମ୍‌ ବର୍ଷା, ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ସାମାନ୍ୟ କିମ୍ବା ତା’ଠାରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏହାଛଡ଼ା ଉତ୍ତର ଓଡ଼ିଶାରେ ସାଧାରଣଠୁ କମ୍‌ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ସାମାନ୍ୟ କିମ୍ବା ତାହାଠୁ ଟିକେ ଅଧିକ ବର୍ଷିବ। ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବା ପ୍ରାୟ ୯୦ ପ୍ରତିଶତ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଦୀର୍ଘଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗିରହିଛି। କେତେକ ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ତାତିରୁ ସମ୍ପୂର୍ଣ୍ଣ ତ୍ରାହି ମିଳୁନାହିଁ। ବୁଧବାର ରାଜ୍ୟରେ ୧୦ ଜିଲାର ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିଥିବାବେଳେ ଟିଟିଲାଗଡ଼ରେ ୪୨ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରହିଥିଲା। ସମ୍ବଲପୁରରେ ୪୧.୨, ବୌଦ୍ଧ ୪୧.୨, ତାଳଚେର ଓ ସୁବର୍ଣ୍ଣପୁର ୪୦.୫, ହୀରାକୁଦ ଓ ବରଗଡ଼ ୪୦.୪, ବଲାଙ୍ଗୀର ୪୦.୩, ଢେଙ୍କାନାଳ ୪୦.୧, ଭବାନୀପାଟଣା ୪୦ ଏବଂ ଭୁବନେଶ୍ୱରରେ ୩୯.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ବୁଧବାର ଅପରାହ୍ନରେ ଭୁବନେଶ୍ୱରରେ ସାମାନ୍ୟ ବର୍ଷା ହୋଇଛି। ଏହାଫଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଆଗାମୀ ଦିନରେ ବର୍ଷା ଓ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ଗୁରୁବାର ଦକ୍ଷିଣ-ପଶ୍ଚିମରେ ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଅଗ୍ରସର ନେଇ ପାଗ ଅନୁକୂଳ ଥିବା ସୂଚନା ମିଳିଛି। ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ-ପୂର୍ବ ଆରବ ସାଗର ଓ ଲାକ୍ଷାଦ୍ବୀପ ଛୁଇଁବ। ଏହାପରେ କେରଳ ଓ ତାମିଲନାଡୁର କିଛି ଅଂଶ ଛୁଇଁବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

କ୍ରୋଧର କାରଣ

ବର୍ତ୍ତମାନର ଆନ୍ଦୋଳନଗୁଡ଼ିକ ଯେଉଁଭଳି ବଡ଼ ଆକାରରେ ସୃଷ୍ଟି ହେଲା ତାହାକୁ ନେଇ ଅନେକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏଭଳି କ୍ରୋଧ କେଉଁ ସ୍ଥିତିରୁ ସୃଷ୍ଟି ହେଲା ତାହା ବୁଝିବା…

୩ ବର୍ଷ ପାଇଁ ଏଚ୍‌-୧ବି ଭିଜା ବନ୍ଦ ଲାଗି ଆମେରିକା ସିନେଟ୍‌ରେ ବିଲ୍‌ ଆଗତ

ଓ୍ୱାଶିଂଟନ,୨୬ା୭: ଆମେରିକା ସିନେଟ୍‌ରେ ଏକ ନୂଆ ବିଧେୟକ ଆସିଛି। ଏହି ବିଲ୍‌ ଅନୁଯାୟୀ ଆଗାମୀ ୩ବର୍ଷ ପାଇଁ ନୂତନ ଏଚ୍‌-୧ବି ଭିଜା ସେବା ବନ୍ଦ ରଖିବାକୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri