Posted inଖେଳ

ସୁପର ସିରିଜ ଟେନିସ:ସୋହିନୀଙ୍କୁ ଦ୍ୱିମୁକୁଟ

ଭୁବନେଶ୍ୱର, ୩।୪(କ୍ରୀଡ଼ା ପ୍ରତିନିଧି)-
ଏକ ଜାତୀୟ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରି ପ୍ରଥମ ଓଡ଼ିଆ ଭାବେ ନିକଟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଥିବା ଓଡ଼ିଶାର ଟେନିସ ପ୍ରତିଭା ସୋହିନୀ ମହାନ୍ତି ଏବେ ସଫଳତା ଫର୍ଦ୍ଦକୁ ଆଗକୁ ବଢ଼ିଛନ୍ତି। ଅହମଦାବାଦର ଆଲେକଜାଣ୍ଡର ଓ୍ବାସ୍‌କେ ଟେନିସ ଏକାଡେମୀରେ ଅନୁଷ୍ଠିତ ସୁପର ସିରିଜ ଇଭେଣ୍ଟର ୧୪ ବର୍ଷରୁ କମ୍‌ ବାଳିକା ବର୍ଗରେ ସେ ଦ୍ୱିମୁକୁଟ ହାସଲ କରିଛନ୍ତି। ସିଙ୍ଗଲ୍ସ ଫାଇନାଲରେ ସେ ହାଇଦ୍ରାବାଦର ବଂଶିକା ମାରିଆ ଭେଜ ବସନ୍ଥଙ୍କୁ ସିଧାସଳଖ ୬-୦, ୬-୦ ସେଟ୍‌ରେ ହରାଇ ଚାମ୍ପିୟନ ହୋଇଥିଲେ। ଗୁଜରାଟର ଆଭାନୀ ସୁଜିତ ଚିତାଲେ ଥିଲେ ସୋହିନୀଙ୍କର ଡବଲ୍ସ ପାର୍ଟନର। ଫାଇନାଲରେ ସୋହିନୀ-ଆଭାନୀ ଗୁଜରାଟ ଯୋଡ଼ି ପ୍ରାର୍ଥନା ସୋଲାଙ୍କି ଓ ପ୍ରିୟଙ୍କା ସଞ୍ଜୟ ରାଣାଙ୍କୁ ୬-୧, ୬-୪ ସେଟ୍‌ରେ ହରାଇ ଡବଲ୍ସ ଟାଇଟଲ ଜିତିଥିଲେ। ସୋହିନୀ ପଟିଆସ୍ଥିତ ଫରହାନ ଟେନିସ ଏକାଡେମୀରେ ପ୍ରତିଷ୍ଠିତ କୋଚ୍‌ ସୟଦ ଫରହାନ ଅଲୀଙ୍କ ନିକଟରୁ ପ୍ରଶିକ୍ଷଣପ୍ରାପ୍ତ।
ପ୍ରକାଶଯୋଗ୍ୟ ଯେ, କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଛାତ୍ରୀ ୧୨ ବର୍ଷୀୟା ସୋହିନୀ ଗତ ମାର୍ଚ୍ଚରେ ମୁମ୍ବାଇରେ ଅନୁଷ୍ଠିତ ଜାତୀୟ ଟେନିସ ପ୍ରତିଯୋଗିତାର ୧୪ ବର୍ଷରୁ କମ୍‌ ବିଭାଗରେ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲ ଖେଳି ଇତିହାସ ରଚିଥିଲେ। ଉଭୟ ବିଭାଗରେ ସେ ରନର୍ସଅପ୍‌ ହୋଇଥିଲେ ହେଁ ପ୍ରଥମ ଓଡ଼ିଆଭାବେ କୌଣସି ଜାତୀୟ ଟେନିସ ଇଭେଣ୍ଟ ଫାଇନାଲ ଖେଳିବାର ଗୌରବ ଅର୍ଜନ କରିଥିଲେ। ଜାତୀୟ ର଼୍ୟାଙ୍କ୍‌ର ୫୧ତମ ସ୍ଥାନରେ ଥିବା ସୋହିନୀ ଫାଇନାଲରେ ପ୍ରବେଶ ପଥରେ ଭାରତର ୨ ଓ ୬ ନମ୍ବର ଖେଳାଳିଙ୍କୁ ପରାସ୍ତ କରିଥିଲେ। ବୟସ ମାତ୍ର ୧୨ ହୋଇଥିଲେ ହେଁ ସୋହିନୀ ଇତିମଧ୍ୟରେ ୫୯ରୁ ଊର୍ଦ୍ଧ୍ୱ ଅଲ୍‌ ଇଣ୍ଡିଆ ଟାଇଟଲ୍‌ ହାସଲ କରିସାରିଛନ୍ତିି। ଏହି କ୍ରମରେ ସର୍ବାଧିକ ଟାଇଟଲ ହାସଲକାରୀ ଅନ୍ୟତମ ଓଡ଼ିଆ ଖେଳାଳି ଭାବେ ସାବ୍ୟସ୍ତ ହୋଇଛନ୍ତି। ନିଜର କଠିନ ପରିଶ୍ରମ ଓ ଅଧ୍ୟବସାୟ ବଳରେ ସେ ୧୨ ବର୍ଷରୁ କମ୍‌ ଭାରତୀୟ ଜୁନିୟର ଡେଭିସ କପ୍‌ ଦଳରେ ସ୍ଥାନ ପାଇଥିଲେ। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଏମ୍‌ପି ଅଚ୍ୟୁତ ସାମନ୍ତ ସୋହିନୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?