ସୁପର ସ୍ପ୍ରେଡ଼ର ମୋଟର ସାଇକେଲ ରାଲି: ୨ ଲକ୍ଷ ୬୦ ହଜାରରେ ହେଲେ କରୋନା ଆକ୍ରାନ୍ତ

ଓ୍ବାଶିଂଟନ, ୯।୯: ଆମେରିକାରେ ହୋଇଥିବା ଏକ ମୋଟର ସାଇକେଲ ରାଲି କରୋନା ସଂକ୍ରମଣର ସୁପର ସ୍ପ୍ରେଡ଼ର ପାଲଟି ଥିବା ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସାଉଥ୍‌ ଡକୋଟା ରାଜ୍ୟରେ ହୋଇଥିବା ଏହି ରାଲି ପରେ ୨ଲକ୍ଷ ୬୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିଲେ। କରୋନା ଆକ୍ରାନ୍ତ ସଂଖ୍ୟା ହଠାତ୍‌ ବଢ଼ିବାରୁ ସାନଡ଼ିଆଗୋ ଷ୍ଟେଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏନେଇ ଏକ ସର୍ଭେ କରାଯାଇଥିଲା। ପରେ ୬୩ ପୃଷ୍ଠାର ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏହି ସର୍ଭେ ରିପୋର୍ଟକୁ ସାଉଥ୍‌ ଡକୋଟା ଗଭର୍ନର କ୍ରିଷ୍ଟି ନୋଏମ୍‌ ମନଗଢ଼ା ବୋଲି କହିଛନ୍ତି। ଏଥିରେ କୌଣସି ସତ୍ୟତା ନ ଥିବା ସେ ପ୍ରକାଶ କରିଛନ୍ତି। ଏହା ପୂର୍ବରୁ ଗବେଷକ ଦଳ ଆମେରିକାର ଅନ୍ୟ ରାଜ୍ୟରେ ହୋଇଥିବା ପ୍ରଦର୍ଶନ ଏବଂ ରାଲିକୁ ନେଇ ସର୍ଭେ କରିଥିଲେ। ଜୁନ୍‌ରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦ୍ୱାରା ଆୟୋଜିତ ହୋଇଥିବା ରାଜନୈତିକ ରାଲିର ମଧ୍ୟ ସର୍ଭେ ହୋଇଥିଲା। ସର୍ଭେରେ ମୋବାଇଲ୍‌ ଡାଟାର ମଧ୍ୟ ଉପଯୋଗ କରାଯାଇଥିଲା। ଅଗଷ୍ଟ ୭ରୁ ୧୬ ମଧ୍ୟରେ ହୋଇଥିବା ଏହି ମୋଟର ସାଇକେଲ ରାଲିରେ ୪ ଲକ୍ଷରୁ ଅଧିକ ଲୋକ ଯୋଗଦେଇଥିଲେ। ରାଲି ଯୋଗୁ ସ୍ଥାନୀୟ ସରକାରଙ୍କର ଆର୍ଥିକ ଫାଇଦା ହୋଇଥିବା ସର୍ଭେ କରିଥିବା ଏଣ୍ଡ୍ରୁ ଫ୍ରିଡସନ କହିଛନ୍ତି। ରାଲି ଯୋଗୁ ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ଏବେ ୧୨.୨ ବିଲିୟନ୍‌ ଡଲାରରେ ପହଞ୍ଚିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri