ଆଜି ଦେଖାଦେବ ‘ସୁପରମୁନ୍‌’: ଜାଣନ୍ତୁ କେତେବେଳେ ଦେଖିହେବ…

ଭୁବନେଶ୍ୱର,୫ା୧୧(ବନ୍ଦନା ସେଠୀ):କାର୍ତ୍ତିକ ପୂର୍ଣ୍ଣିମା ବୁଧବାର ସନ୍ଧ୍ୟାରେ ଆକାଶରେ ଚଳିତ ବର୍ଷର ଦ୍ୱିତୀୟ ସୁପରମୁନ୍‌ ଦେଖାଯିବ। ଏହା ସାଧାରଣ ଦିନର ପୂର୍ଣ୍ଣଚନ୍ଦ୍ରଠାରୁ ପ୍ରାୟ ୭% ବଡ଼ ଏବଂ ୧୫% ଉଜ୍ଜ୍ୱଳ ଦେଖାଯିବ। ଏହା ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ ଏବଂ ଏହାକୁ ଖାଲି ଆଖିରେ ଦେଖି ହେବ। ଓଡ଼ିଶା ତଥା ଭାରତର ସବୁ ଅଞ୍ଚଳରେ ଆକାଶ ମେଘମୁକ୍ତ ଥିଲେ, ଏହାକୁ ଖାଲି ଆଖିରେ ରାତି ସାରା ଦେଖି ହେବ। ସୁପରମୁନ୍‌ର କୌଣସି ପ୍ରଭାବ ପୃଥିବୀ ତଥା ଆମ ଉପରେ ପଡ଼େ ନାହିଁ।
୧୯୭୯ରେ ସୁପରମୁନ୍‌ ଶବ୍ଦଟି ପ୍ରଥମେ ଆମେରିକାର ଜ୍ୟୋତିଷୀ ରିଚାର୍ଡ ନଲ୍‌ ପ୍ରଚଳନ କରିଥିଲେ। ଚନ୍ଦ୍ର ପୃଥିବୀ ଚାରିପଟେ ପ୍ରାୟ ୨୭.୫ ଦିନରେ ଥରେ ଏକ ଅଣ୍ଡାକୃତି ପଥରେ ବୁଲିଥାଏ। ପ୍ରାୟ ୨୯ ଦିନରେ ଥରେ ଏକ ପୂର୍ଣ୍ଣିମା ପଡ଼ିଥାଏ। ଅଣ୍ଡାକୃତି ପଥରେ ବୁଲୁଥିବାରୁ ସବୁଠାରୁ ନିକଟରେ ଥିଲାବେଳେ ଚନ୍ଦ୍ର ଆମଠାରୁ ପ୍ରାୟ ୩.୫୬ ଲକ୍ଷ କିଲୋମିଟର ଦୂରରେ ଥାଏ। ଜ୍ୟୋତିଷୀ ରିଚାର୍ଡ ନଲ୍‌ଙ୍କ ପରିଭାଷାରେ ଚନ୍ଦ୍ର ଆମଠାରୁ ସାଧାରଣ ଦୂରତାର ୧୦% ବା ତା’ଠାରୁ କମ୍‌ ଦୂରତାରେ ଥିବା ସମୟରେ ପୂର୍ଣ୍ଣିମା ପଡ଼ିଲେ ତାହାକୁ ‘ସୁପରମୁନ୍‌’ କୁହାଯାଏ। ଅର୍ଥାତ୍‌ ଯଦି ଚନ୍ଦ୍ର ଆମଠାରୁ ୩.୬୦ ଲକ୍ଷ କିଲୋମିଟର ବା ତା’ଠାରୁ ନିକଟରେ ଥିବା ସମୟରେ ଏକ ପୂର୍ଣ୍ଣିମା ପଡ଼େ, ତା’ହେଲେ ସେହି ଚନ୍ଦ୍ରକୁ ସୁପରମୁନ କୁହାଯାଏ। ସେ ସମୟରେ ତାହା ଆମକୁ ବଡ଼ ଓ ଉଜ୍ଜ୍ୱଳ ଦେଖାଯାଏ। ପ୍ରାୟ ପ୍ରତ୍ୟେକ ବର୍ଷ ଏଭଳି ଘଟଣା ୨ ରୁ ୪ ଥର ଘଟିଥାଏ। ୨୦୨୫ରେ ମୋଟ୍‌ ୩ ସୁପରମୁନ ଦେଖାଯିବ। ପୂର୍ବରୁ ଥରେ ସୁପରମୁନ୍‌ ଦେଖାଯାଇଥିବାବେଳେ ଦ୍ୱିତୀୟ ସୁପରମୁନ୍‌ ନଭେମ୍ବର ୫ ଓ ଶେଷ ସୁପରମୁନ୍‌ ଡିସେମ୍ବର ୪ରେ ଦେଖାଯିବ। ସେହିପରି ୨୦୨୬ରେ ମୋଟ୍‌ ୩ଟି ସୁପରମୁନ୍‌ ଯଥାକ୍ରମେ ଜାନୁଆରୀ ୩, ନଭେମ୍ବର ୨୪ ଓ ଡିସେମ୍ବର ୨୩ରେ ଦେଖାଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri