ଆଜି ଦେଖାଦେବ ‘ସୁପରମୁନ୍‌’: ଜାଣନ୍ତୁ କେତେବେଳେ ଦେଖିହେବ…

ଭୁବନେଶ୍ୱର,୫ା୧୧(ବନ୍ଦନା ସେଠୀ):କାର୍ତ୍ତିକ ପୂର୍ଣ୍ଣିମା ବୁଧବାର ସନ୍ଧ୍ୟାରେ ଆକାଶରେ ଚଳିତ ବର୍ଷର ଦ୍ୱିତୀୟ ସୁପରମୁନ୍‌ ଦେଖାଯିବ। ଏହା ସାଧାରଣ ଦିନର ପୂର୍ଣ୍ଣଚନ୍ଦ୍ରଠାରୁ ପ୍ରାୟ ୭% ବଡ଼ ଏବଂ ୧୫% ଉଜ୍ଜ୍ୱଳ ଦେଖାଯିବ। ଏହା ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ ଏବଂ ଏହାକୁ ଖାଲି ଆଖିରେ ଦେଖି ହେବ। ଓଡ଼ିଶା ତଥା ଭାରତର ସବୁ ଅଞ୍ଚଳରେ ଆକାଶ ମେଘମୁକ୍ତ ଥିଲେ, ଏହାକୁ ଖାଲି ଆଖିରେ ରାତି ସାରା ଦେଖି ହେବ। ସୁପରମୁନ୍‌ର କୌଣସି ପ୍ରଭାବ ପୃଥିବୀ ତଥା ଆମ ଉପରେ ପଡ଼େ ନାହିଁ।
୧୯୭୯ରେ ସୁପରମୁନ୍‌ ଶବ୍ଦଟି ପ୍ରଥମେ ଆମେରିକାର ଜ୍ୟୋତିଷୀ ରିଚାର୍ଡ ନଲ୍‌ ପ୍ରଚଳନ କରିଥିଲେ। ଚନ୍ଦ୍ର ପୃଥିବୀ ଚାରିପଟେ ପ୍ରାୟ ୨୭.୫ ଦିନରେ ଥରେ ଏକ ଅଣ୍ଡାକୃତି ପଥରେ ବୁଲିଥାଏ। ପ୍ରାୟ ୨୯ ଦିନରେ ଥରେ ଏକ ପୂର୍ଣ୍ଣିମା ପଡ଼ିଥାଏ। ଅଣ୍ଡାକୃତି ପଥରେ ବୁଲୁଥିବାରୁ ସବୁଠାରୁ ନିକଟରେ ଥିଲାବେଳେ ଚନ୍ଦ୍ର ଆମଠାରୁ ପ୍ରାୟ ୩.୫୬ ଲକ୍ଷ କିଲୋମିଟର ଦୂରରେ ଥାଏ। ଜ୍ୟୋତିଷୀ ରିଚାର୍ଡ ନଲ୍‌ଙ୍କ ପରିଭାଷାରେ ଚନ୍ଦ୍ର ଆମଠାରୁ ସାଧାରଣ ଦୂରତାର ୧୦% ବା ତା’ଠାରୁ କମ୍‌ ଦୂରତାରେ ଥିବା ସମୟରେ ପୂର୍ଣ୍ଣିମା ପଡ଼ିଲେ ତାହାକୁ ‘ସୁପରମୁନ୍‌’ କୁହାଯାଏ। ଅର୍ଥାତ୍‌ ଯଦି ଚନ୍ଦ୍ର ଆମଠାରୁ ୩.୬୦ ଲକ୍ଷ କିଲୋମିଟର ବା ତା’ଠାରୁ ନିକଟରେ ଥିବା ସମୟରେ ଏକ ପୂର୍ଣ୍ଣିମା ପଡ଼େ, ତା’ହେଲେ ସେହି ଚନ୍ଦ୍ରକୁ ସୁପରମୁନ କୁହାଯାଏ। ସେ ସମୟରେ ତାହା ଆମକୁ ବଡ଼ ଓ ଉଜ୍ଜ୍ୱଳ ଦେଖାଯାଏ। ପ୍ରାୟ ପ୍ରତ୍ୟେକ ବର୍ଷ ଏଭଳି ଘଟଣା ୨ ରୁ ୪ ଥର ଘଟିଥାଏ। ୨୦୨୫ରେ ମୋଟ୍‌ ୩ ସୁପରମୁନ ଦେଖାଯିବ। ପୂର୍ବରୁ ଥରେ ସୁପରମୁନ୍‌ ଦେଖାଯାଇଥିବାବେଳେ ଦ୍ୱିତୀୟ ସୁପରମୁନ୍‌ ନଭେମ୍ବର ୫ ଓ ଶେଷ ସୁପରମୁନ୍‌ ଡିସେମ୍ବର ୪ରେ ଦେଖାଯିବ। ସେହିପରି ୨୦୨୬ରେ ମୋଟ୍‌ ୩ଟି ସୁପରମୁନ୍‌ ଯଥାକ୍ରମେ ଜାନୁଆରୀ ୩, ନଭେମ୍ବର ୨୪ ଓ ଡିସେମ୍ବର ୨୩ରେ ଦେଖାଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri