ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ ମଧ୍ୟ ଅନାଦି, ତାଙ୍କର ନା ଆଦି ଅଛି ନା ଅନ୍ତ, ସେ ସାରା ବ୍ରହ୍ମାଣ୍ଡ ନିହିତ। ଏହି ଦେବଦେବ ମହାଦେବ ବାବା ଭୋଳା ଶଙ୍କରଙ୍କ ପବିତ୍ର ଜାଗର ଯାତ୍ରା ବା ମହାଶିବରାତ୍ରି ଅବସରରେ ଦେଖିବାକୁ ମିଳିଛି ଏକ ଅଲୌକିକ ଘଟଣା। ରବିବାର ବିଳମ୍ବିତ ରାତିରେ ମନ୍ଦିର ଭିତରେ ସ୍ବୟଂ ଦର୍ଶନ ଦେଇଥିଲେ ନାଗରାଜ। ବିଶାଳକାୟ ପର୍ବତର ପଥର ଚତିରି ତଳେ ତଳେ ମନ୍ଦିର ମଧ୍ୟକୁ ଗୋଟିଏ ସୁଡଙ୍ଗ ଭିତରେ ଭିତରେ ଥବାରୁ ସେଇ ସୁଡ଼ଙ୍ଗ ଦେଇ ନାଗରାଜ ଆସି କ୍ଷୀର ପିଇ ସକାଳ ୫ଟା ପର୍ଯନ୍ତ ଦର୍ଶନ ଦେଇଥିଲେ ଭକ୍ତଙ୍କୁ। ନାଗ ସାପ ବାହାରକୁ ଆସିବା ଖବର ପାଇ ଶ୍ରଦ୍ଧାଳୁମାନେ ନାଗଙ୍କ ଦର୍ଶନ ପାଇଁ ଲାଗିରହିଥିଲା ଭିଡ଼। ଶ୍ରଦ୍ଧାଳୁଙ୍କ ଭିତରେ କୌଣସି ଭୟ ଦେଖିବାକୁ ମିଳି ନ ଥିଲା କାରଣ ଏଠାରେ ପୂର୍ବରୁ ମଧ୍ୟ ବିଭିନ୍ନ ପର୍ବ ପର୍ବାଣିରେ ଏହି ନାଗ ଦର୍ଶନ ଦେଇଥାଏ।

ସୂଚନା ମୁତାବକ ନୀଳଗିରି ବ୍ଲକ, ସଜନାଗଡ଼ ପଞ୍ଚାଗତ ଅଧୀନ ତେଣ୍ଡା ଗାଁର ନିକଟ କୁଲଡିହା ଅଭୟାରଣ୍ୟର ପାଦଦେଶରେ ଗୋଟିଏ ବିରାଟ ପଥର ଚତିରି ତଳେ ପ୍ରାୟ ୧୩୩ ବର୍ଷ ପୂର୍ବେ ଅର୍ଥାତ ୧୮୯୩ରୁ ପୂଜା ପାଇଆସୁଛନ୍ତି ବାବା ଶଙ୍ଖେଶ୍ୱର ମହାଦେବ। ତେଣ୍ଡା ଅଞ୍ଚଳର ବାସିନ୍ଧା ଦୁନ୍ଦୁ ସିଂ ସ୍ବପ୍ନାଦେଶ ପାଇ ପ୍ରଥମ ସେବକ ଭାବେ ପୂଜାର୍ଚ୍ଚନା କରି ଆସୁଥିଲେ ପରେ ସେହି ଅଞ୍ଚଳର କଡେ ସିଂ ଦ୍ବାରା ମହାଦେବ ପୂଜା ପାଉଥିବାବେଳେ ୧୯୭୭ରେ ଗଣେଶ୍ବର ନାୟକ ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ସୋହଯୋଗରେ ଏକ ମନ୍ଦିର ନିର୍ମାଣ ହୋଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri