ବିଳମ୍ବିତ ରାତ୍ରିରେ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇ,୧।୧୦: ହିନ୍ଦୀ ସିନେମା ଏବଂ ଦକ୍ଷିଣ ସିନେମାରେ ଜବରଦସ୍ତ ପରିଚୟ ତିଆରି କରିଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ। ସୋମବାର ବିଳମ୍ବିତ ରାତିରେ ୭୩ବର୍ଷୀୟ ରଜନୀକାନ୍ତଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସେ ପେଟରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା, ଯେଉଁଠାରେ ସେ ଚିକିତ୍ସିତ ହେଉଛନ୍ତି ଏବଂ ଆଜି ଅର୍ଥାତ୍‌ ମଙ୍ଗଳବାର ଦିନ ତାଙ୍କୁ ଏକ ସ୍ବତନ୍ତ୍ର ପ୍ରୋସେସ ଦେଇ ଗତି କରିବାକୁ ପଡିପାରେ। ବର୍ତ୍ତମାନ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ, ତାଙ୍କ ଅବସ୍ଥା ସ୍ଥିର ଅଛି ବୋଲି ଅଭିନେତାଙ୍କ ପତ୍ନୀ ତାଙ୍କ ହେଲ୍‌ଥ ଅପଡେଟ ଦେଇଛନ୍ତି।

ସୁପରଷ୍ଟାର ରଜନୀକାନ୍ତଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ଦେଇ ଚେନ୍ନାଇ ପୋଲିସ କହିଛି ଯେ ପେଟରେ ଯନ୍ତ୍ରଣା ହେତୁ ତାଙ୍କୁ ଚେନ୍ନାଇର ଆପୋଲୋ ଗ୍ରିମସ ରୋଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥି ସହିତ ତାଙ୍କ ପତ୍ନୀ ମିଡିଆରେ ସୁପରଷ୍ଟାରଙ୍କ ସ୍ବାସ୍ଥ୍ୟ ଅପଡେଟ ଦେଇଛନ୍ତି। ରଜନୀକାନ୍ତଙ୍କ ପତ୍ନୀ ଲତା କେବଳ କହିଛନ୍ତି ଯେ ବର୍ତ୍ତମାନ ସବୁ ଠିକ ଅଛି। ସୂଚନାଯୋଗ୍ୟ, ରଜନୀକାନ୍ତଙ୍କ ସ୍ବାସ୍ଥ୍ୟ ଗତ କିଛି ବର୍ଷ ମଧ୍ୟରେ ଅନେକ ଥର ଖରାପ ହୋଇଯାଇଛି। ଏହି ଅଭିନେତା ୨୦୧୬ରେ ଆମେରିକାରେ କିଡନୀ ପ୍ରତିରୋପଣ ମଧ୍ୟ କରିଥିଲେ। ନିକଟରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଜନୀତିରୁ ମଧ୍ୟ ଅବସର ନେଇଥିଲେ। ବର୍ତ୍ତମାନ ସେ ଭଲ ଅଛନ୍ତି। ତେବେ ଏହି ଖବର ଆସିବା ପରେ ରଜନୀକାନ୍ତଙ୍କ ପ୍ରଶଂସକଙ୍କ ଚିନ୍ତା ବଢିଛି ଏବଂ ସେମାନେ ସୁପରଷ୍ଟାରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri