ଅନ୍ଧବିଶ୍ୱାସ ନେଲା ୪୭ ଜୀବନ

ନରଓ୍ବେ,୨୪ା୪: କେନିଆରେ ଜଣେ ପାଦ୍ରୀଙ୍କ ନିର୍ଦ୍ଦେଶରେ ଭୋକରେ ରହି ସାମୁହିକ ଭାବେ ୪୭ ଜଣ ଆତ୍ମହତ୍ୟା କରିଛନ୍ତି। ଏକ ଜମିରୁ ପୋଲିସ ଏହି ସମସ୍ତ ମୃତଦେହ ଜବତ କରିଛି। କେନିଆର ଶାକାହୋଲା ଜଙ୍ଗଲରେ ପୋଲିସ ଅଧିକ ମୃତଦେହ ଖୋଜୁଛି।

ଖବର ଅନୁଯାୟୀ, ଏକ ଚର୍ଚ୍ଚର ଜଣେ ପାଦ୍ରୀ ଏହି ଲୋକମାନଙ୍କୁ କହିଥିଲେ ଯେ, ଯଦି ସେମାନେ ଭୋକରେ ରହି ନିଜକୁ ସମାଧି ଦିଅନ୍ତି, ତେବେ ସେମାନେ ସ୍ବର୍ଗକୁ ଯାଇ ଯୀଶୁଙ୍କୁ ଭେଟିବେ। ତେବେ ଗତ ତିନି ଦିନ ଧରି ଏହି ଲୋକଙ୍କ ମୃତଦେହକୁ ପୋଲିସ ବାହାରକୁ ନେଇ ଆସୁଛି ଏବଂ ମୃତ ଦେହ ସଂଖ୍ୟା ବଢ଼ିଚାଲିଛି। ଏହି ମୃତଦେହ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

ଏହି ଘଟଣାରେ ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯାହା ଆଧାରରେ ମାଲିନ୍ଦୀରେ ପାଦ୍ରୀଙ୍କ ଜମିରେ ଚଢ଼ାଉ କରିଥିଲା। ଏହା ପରେ ପୋଲିସ ଗୋଟିଏ ପରେ ଗୋଟିଏ ମୃତଦେହ ପାଇଥିଲା। ପୋଲିସ ବର୍ତ୍ତମାନ ସମସ୍ତ ଶରୀରରୁ ଡିଏନ୍‌ଏ ନମୁନା ସଂଗ୍ରହ କରୁଛି। ଯାହାଦ୍ୱାରା ଏହା ପ୍ରମାଣିତ ହୋଇପାରିବ କି ଏହି ଲୋକମାନେ ଅନାହାରରେ ମୃତ୍ୟୁବରଣ କରିଛନ୍ତି କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୫

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri