ଅନ୍ଧବିଶ୍ୱାସ, ଗୁଣିଗାରେଡ଼ିକୁ ନେଇ ହତ୍ୟା

ବାରିପଦା ଅଫିସ,୧ା୧୦: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ସୁବର୍ଣ୍ଣରେଖା ମୁଖ୍ୟ କେନାଲରୁ ଏକ ଅଖା ବସ୍ତାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୭ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ କୋଠାବିଲା ଗ୍ରାମର ଶଙ୍ଖ ମୁର୍ମୁ(୪୫), ଟିବୁ ଟୁଡୁ(୪୦), କୁନା ମୁର୍ମୁ(୩୦), ଘନ ମୁର୍ମୁ(୪୦), ବୃନ୍ଦାବନ ସୋରେନ(୪୫), ରଞ୍ଜନ ମୁର୍ମୁ(୬୦) ଓ ବସଲା ସୋରେନ(୪୫)। ଅନ୍ଧବିଶ୍ୱାସ ଓ ଗୁଣିଗାରେଡ଼ିକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ଶୁକ୍ରବାର ବାରିପଦା ଏସ୍‌ଡିପିଓ ପ୍ରକାଶ ଜେମ୍ସ ଟପୋ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।
ଏହି ଥାନା ଅଧୀନ ନୋଧବଣି ଗ୍ରାମ ନିକଟସ୍ଥ ସୁବର୍ଣ୍ଣରେଖା ମୁଖ୍ୟ କେନାଲରେ ଏକ ଧଳା ରଙ୍ଗର ମୁହଁ ବନ୍ଦ ଅଖା ଦୁଇ ତିନିଦିନ ଧରି ଭାସିବା ପରେ ଦୁର୍ଗନ୍ଧ ବାହାରୁଥିବା ଦେଖି ଗତ ୨୧ ତାରିଖରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀ ସହାୟତାରେ ଅଖାବୁରାକୁ ଆଣି ଖୋଲିବା ପରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରିଥିଲା। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ୨୭ ତାରିଖରେ ମୃତକଙ୍କ ପରିବାର ଲୋକେ ଥାନାରେ ପହଞ୍ଚି ନିଖୋଜ ଅଭିଯୋଗ କରିବା ପରେ କଥାବିଲା ଗ୍ରାମର ପାଣ୍ଡୁ ମୁଣ୍ଡା ବୋଲି ପୋଲିସ ଜାଣିବାକୁ ପାଇଥିଲା। ଘଟଣା ଦିନ ପାଣ୍ଡୁ ନିକଟସ୍ଥ ଗ୍ରାମରୁ ଫୁଟ୍‌ବଲ ଖେଳ ଦେଖି ଫେରୁଥିବା ସମୟରେ ଅଭିଯୁକ୍ତମାନେ ମିଳିତ ଭାବେ ତାଙ୍କୁ ଅଟକାଇ ଆକ୍ରମଣ କରିଥିଲେ। ବେକରେ ପଡ଼ିଥିବା ଏକ ଗାମୁଛାରେ ତାଙ୍କ ତଣ୍ଟି ଚିପି ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ ଅଖାବୁରାରେ ଭର୍ତ୍ତି କରି କେନାଲକୁ ଫିଙ୍ଗି ଦେଇଥିଲେ। ଗ୍ରାମରେ ଝଡ଼ାଫୁଙ୍କା କରୁଥିବା ପାଣ୍ଡୁ ଉପରେ ଅବିଶ୍ୱାସ ଘେରିଯାଇଥିଲା। ଗ୍ରାମରେ ଏକ ପୂଜାପାଠ କରିବା ପାଇଁ ସମସ୍ତେ ଏକଜୁଟ ହୋଇ ପାଣ୍ଡୁକୁ ଡାକିଥିଲେ। ପାଣ୍ଡୁ ସେଠାକୁ ନ ଯାଇ ଫୁଟ୍‌ବଲ ଖେଳ ଦେଖିବାକୁ ପଳାଇଥିଲେ। ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ବାଟରେ ତାଙ୍କୁ ସେମାନେ ଆକ୍ରମଣ କରିଥିଲେ। ଥାନାଧିକାରୀ କୁନି ବେଶ୍ରା ଘଟଣାର ତଦନ୍ତ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ସେମାନେ ଏନେଇ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri