ଅନ୍ଧବିଶ୍ୱାସ, ଗୁଣିଗାରେଡ଼ିକୁ ନେଇ ହତ୍ୟା

ବାରିପଦା ଅଫିସ,୧ା୧୦: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ସୁବର୍ଣ୍ଣରେଖା ମୁଖ୍ୟ କେନାଲରୁ ଏକ ଅଖା ବସ୍ତାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୭ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ କୋଠାବିଲା ଗ୍ରାମର ଶଙ୍ଖ ମୁର୍ମୁ(୪୫), ଟିବୁ ଟୁଡୁ(୪୦), କୁନା ମୁର୍ମୁ(୩୦), ଘନ ମୁର୍ମୁ(୪୦), ବୃନ୍ଦାବନ ସୋରେନ(୪୫), ରଞ୍ଜନ ମୁର୍ମୁ(୬୦) ଓ ବସଲା ସୋରେନ(୪୫)। ଅନ୍ଧବିଶ୍ୱାସ ଓ ଗୁଣିଗାରେଡ଼ିକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ଶୁକ୍ରବାର ବାରିପଦା ଏସ୍‌ଡିପିଓ ପ୍ରକାଶ ଜେମ୍ସ ଟପୋ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।
ଏହି ଥାନା ଅଧୀନ ନୋଧବଣି ଗ୍ରାମ ନିକଟସ୍ଥ ସୁବର୍ଣ୍ଣରେଖା ମୁଖ୍ୟ କେନାଲରେ ଏକ ଧଳା ରଙ୍ଗର ମୁହଁ ବନ୍ଦ ଅଖା ଦୁଇ ତିନିଦିନ ଧରି ଭାସିବା ପରେ ଦୁର୍ଗନ୍ଧ ବାହାରୁଥିବା ଦେଖି ଗତ ୨୧ ତାରିଖରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀ ସହାୟତାରେ ଅଖାବୁରାକୁ ଆଣି ଖୋଲିବା ପରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରିଥିଲା। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ୨୭ ତାରିଖରେ ମୃତକଙ୍କ ପରିବାର ଲୋକେ ଥାନାରେ ପହଞ୍ଚି ନିଖୋଜ ଅଭିଯୋଗ କରିବା ପରେ କଥାବିଲା ଗ୍ରାମର ପାଣ୍ଡୁ ମୁଣ୍ଡା ବୋଲି ପୋଲିସ ଜାଣିବାକୁ ପାଇଥିଲା। ଘଟଣା ଦିନ ପାଣ୍ଡୁ ନିକଟସ୍ଥ ଗ୍ରାମରୁ ଫୁଟ୍‌ବଲ ଖେଳ ଦେଖି ଫେରୁଥିବା ସମୟରେ ଅଭିଯୁକ୍ତମାନେ ମିଳିତ ଭାବେ ତାଙ୍କୁ ଅଟକାଇ ଆକ୍ରମଣ କରିଥିଲେ। ବେକରେ ପଡ଼ିଥିବା ଏକ ଗାମୁଛାରେ ତାଙ୍କ ତଣ୍ଟି ଚିପି ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ ଅଖାବୁରାରେ ଭର୍ତ୍ତି କରି କେନାଲକୁ ଫିଙ୍ଗି ଦେଇଥିଲେ। ଗ୍ରାମରେ ଝଡ଼ାଫୁଙ୍କା କରୁଥିବା ପାଣ୍ଡୁ ଉପରେ ଅବିଶ୍ୱାସ ଘେରିଯାଇଥିଲା। ଗ୍ରାମରେ ଏକ ପୂଜାପାଠ କରିବା ପାଇଁ ସମସ୍ତେ ଏକଜୁଟ ହୋଇ ପାଣ୍ଡୁକୁ ଡାକିଥିଲେ। ପାଣ୍ଡୁ ସେଠାକୁ ନ ଯାଇ ଫୁଟ୍‌ବଲ ଖେଳ ଦେଖିବାକୁ ପଳାଇଥିଲେ। ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ବାଟରେ ତାଙ୍କୁ ସେମାନେ ଆକ୍ରମଣ କରିଥିଲେ। ଥାନାଧିକାରୀ କୁନି ବେଶ୍ରା ଘଟଣାର ତଦନ୍ତ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ସେମାନେ ଏନେଇ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri