ସମାଜରୁ ଅନ୍ଧବିଶ୍ୱାସ ଦୂର ହେବା ଜରୁରୀ: ଖେମୁଣ୍ଡି ଅଞ୍ଚଳ କାଳଞ୍ଜି ସମାଜର ସାଙ୍ଗଠନିକ ସଭା

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ନିଖିଳ ଉତ୍କଳ ଉଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ଖେମୁଣ୍ଡି ଅଞ୍ଚଳ ପରିଷଦର ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ବର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମରେ ଅନୁଷ୍ଠିତ ସଭାରେ କୁଳ ଦେବତାଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଖେମୁଣ୍ଡି ଅଞ୍ଚଳ କମିଟି ସଭାପତି ରାମନାଥ ବିଷୋୟୀ ସଭାରେ ଅଧ୍ୟକ୍ଷତା କରିଥିଲେ। ବିଭିନ୍ନ ଗ୍ରାମରେ ବସବାସ କରୁଥିବା କୁଳସମାଜର ଅବହେଳିତ ଗରିବ ଶ୍ରେଣୀର ପରିବାରଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଯିବା।

ନିଶାନିବାରଣ,ଅନ୍ଧବିଶ୍ୱାସ, କୁସଂସ୍କାର, ଦୂର କରି ଶିକ୍ଷା, ସ୍ବାସ୍ଥ୍ୟ ଓ ଅର୍ଥନୈତିକ ଉନ୍ନତି ଦିଗରେ କର୍ମକର୍ତ୍ତା ବୃନ୍ଦ ଆଲୋଚନା କରିବା ସହ କାଳଞ୍ଜି ସମାଜର ଐତିହ୍ୟ ଓ ପ୍ରାଚୀନ ପରମ୍ପରା ସମ୍ପର୍କରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ପରିଷଦର ସମ୍ପାଦକ ତଥା ପୂର୍ବତନ ସରପଞ୍ଚ ସୁଶାନ୍ତ କୁମାର ସ୍ବାଇଁ ପୂର୍ବ ବୈଠକର ବିବରଣୀ ପଠନ କରିଥିଲେ। ଉପସଭାପତି ରାଜେନ୍ଦ୍ର ସ୍ବାଇଁ, କୋଷାଧ୍ୟକ୍ଷ ରାଜୁ ନାହାକ, ସଙ୍ଗଠନ ସମ୍ପାଦକ ଲଡୁ କିଶୋର ସ୍ବାଇଁ, ସଙ୍ଗଠକ ସୁରେନ୍ଦ୍ର ସ୍ବାଇଁ, ସୱତନ୍ତ୍ର ମନୋନୀତ ସଭ୍ୟ ଗୋପାଳ କୃଷ୍ଣ ମଲ୍ଲିକ, ଉପଦେଷ୍ଟା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ବାଇଁ ଏବଂ ଖେମୁଣ୍ଡି ଅଞ୍ଚଳ ପରିଷଦ ପରିସରଭୁକ୍ତ ସିଦ୍ଧେଶ୍ୱର, ଅଲାରିଗଡ଼, ଗୌତମୀ, ପୂର୍ବ ଓ ପଶ୍ଚିମ ମଣ୍ଡଳର ସଭାପତି, ସମ୍ପାଦକ ଓ ଗ୍ରାମ୍ୟ କମିଟିର କର୍ମକର୍ତ୍ତା ବୃନ୍ଦ ଏହି ସଭାରେ ଉପସ୍ଥିତ ରହି କୁଳ ସମାଜର ବିଭିନ୍ନ ସାଙ୍ଗଠନିକ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଆଦିକନ୍ଦପୁର ଗ୍ରାମ୍ୟ କମିଟି ସଭାପତି ସୁଦର୍ଶନ ସ୍ବାଇଁ, ସମ୍ପାଦକ ଜଗନ୍ନାଥ ସ୍ବାଇଁ ଓ ଉପଦେଷ୍ଟା ଚିତ୍ରସେନ ସାହୁ ଓ କୁଳ ସମାଜର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri