ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ ଖାରିପଲ୍ଲୀ ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ରକରି ମଙ୍ଗଳବାର ସନ୍ଧ୍ୟାରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ଏଥିରେ ବାପପୁଅଙ୍କ ସମେତ ୩ ଜଣଙ୍କର ମତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଖାରିପଲ୍ଲୀ ଗାଁର ଖଦାଳ ବେହେରା(୬୫), ତାଙ୍କ ପୁଅ ରତ୍ନାକର ବେହେରା(୩୫) ଓ ଅନ୍ୟ ଗୋଷ୍ଠୀର ରମେଶ ବେହେରା(୩୨)। ଗ୍ରାମର ଅରୁଣ ବେହେରା (୩୦), ଭିକାରୀ ବେହେରା (୧୮), ଜଗା ବେହେରା (୧୮)ଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଧରାକୋଟ ମେଡିକାଲ ଓ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଗାଁରେ ଉତ୍ତେଜନା ଲାଗି ରହିଛି। ପୋଲିସ ଫୋର୍ସ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛି। ୫ ଜଣଙ୍କୁ ଥାନାରେ ଅଟକ ରଖାଯାଇଛି।

ଖାରିପଲ୍ଲୀ ଗାଁର ଖଦାଳ ଗୁଣିଗାରେଡ଼ି କରୁଥିବା ଗ୍ରାମବାସୀ ସନ୍ଦେହ କରୁଥିଲେ। ତେଣୁ କିଛିବର୍ଷ ତଳେ ତାଙ୍କୁ ବିରୋଧ କରାଯିବାରୁ ସେ ଗାଁ ଛାଡ଼ି ଚାଲିଯାଇଥିଲେ। ପରେ ସେ ଥାନା ଦ୍ୱାରସ୍ଥ ହୋଇଥିଲେ। ପୋଲିସ ହସ୍ତକ୍ଷେପ ପରେ ଖଦାଳ କିଛିମାସ ହେଲା ଗାଁକୁ ଫେରି ନିଜ ଘରେ ରହୁଥିଲେ। ଗ୍ରାମବାସୀ ପୁଣି ତାଙ୍କୁ ସନ୍ଦେହ କରି ଗାଁରୁ ତଡ଼ି ଦେବାପାଇଁ ଯୋଜନା କରିଥିଲେ। ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟାରେ ଗ୍ରାମବାସୀ ଏକଜୁଟ ହୋଇ ଖଦାଳଙ୍କ ଘରକୁ ଯାଇ ପ୍ରବଳ ପାଟିତୁଣ୍ଡ କରିବା ସହିତ ଗାଁ ଛାଡ଼ି ଚାଲିଯିବାକୁ ଧମକ ଦେଇଥିଲେ। ଖଦାଳ ଓ ତାଙ୍କ ପୁଅ ରତ୍ନାକର ଏହାର ପ୍ରତିବାଦ କରିବାରୁ ଗ୍ରାମବାସୀ ଉଭୟଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ରତ୍ନାକର ମଧ୍ୟ ମାରଣାସ୍ତ୍ର ଧରି ପ୍ରତିଆକ୍ରମଣ କରିଥିଲେ। ଗାଁ ଦାଣ୍ଡରେ ବାପପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଗୋଷ୍ଠୀର ଗୁରୁତର ରମେଶଙ୍କ ଧରାକୋଟ ମେଡିକାଲରେ ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ଆସିକା ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷ କୁମାର ଜେନା ଓ ବଡ଼ଗଡ଼ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରା, ଶେରଗଡ଼ ଥାନା ଅଧିକାରୀ ବୀରେନ୍ଦ୍ର ଶିଅଳ ଓ ଧରାକୋଟ ଥାନା ଅଧିକାରୀ ଚନ୍ଦ୍ରିକା ସୱାଇଁ ପୋଲିସ ଫୋର୍ସ ସହ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri