ଅନ୍ଧବିଶ୍ୱାସ ନେଲା ଜୀବନ: ଡାକ୍ତରଖାନାରୁ ଲୁଚି ଆସି ୯ ମାସର ଛୁଆକୁ ଦେଲେ ଚେଙ୍କ

ନବରଙ୍ଗପୁର,୩୦।୭(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କସକଙ୍ଗା ପଞ୍ଚାୟତ ଅନ୍ତର୍ଗତ ଜଡ଼ାପାରା ଗ୍ରାମରେ ପୁଣି ଏକ ଅନ୍ଧବିଶ୍ବାସ ଘଟଣା ଦେଖିବାକୁ ମିଳିଛି। ଚେଙ୍କ ଦେବା ଯୋଗୁ ୯ ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି।
ଗ୍ରାମର ଶୁକଦେବ ଗଣ୍ଡଙ୍କ ୯ ମାସର ପୁଅ ରୂପେଶ ଗଣ୍ଡକୁ ଗତ ସୋମବାର ଥଣ୍ଡା କାଶ ସହ ଜ୍ବର ହୋଇଥିଲା। ଏ ସମ୍ପର୍କରେ କୌଣସି ସୂତ୍ରରୁ ଖବର ପାଇ ସେଠାକାର ଆଶାକର୍ମୀ ସହନ୍ତି ଗଣ୍ଡ ଗତ ମଙ୍ଗଳବାର ଶୁକଦେବଙ୍କ ଘରକୁ ଯାଇ ପୁଅକୁ ମେଡିକାଲ ନେବାକୁ ପରାମର୍ଶ ଦେଇଥିଲେ। ମାତ୍ର ଆଶାକର୍ମୀଙ୍କ କଥାକୁ ନ ମାନି ଘରୋଇ ଚିକିତ୍ସା କରିବାକୁ ପରିବାର ଲୋକେ ନିଷ୍ପତ୍ତି ନେଇଥିଲେ। ଫଳରେ ବୁଧବାର ସମ୍ପୃକ୍ତ ଅଞ୍ଚଳରୁ ଜଣେ ବୃଦ୍ଧାଙ୍କୁ ଡକାଇ ପୁଅକୁୁ ଚେଙ୍କ ଦେଇଥିଲେ। ଚେଙ୍କ ଦେଉଥିବା ସମୟରେ ଆଶାକର୍ମୀ ସେଠାରେ ପହଞ୍ଚତ୍ ଏଭଳି ଅବସ୍ଥା ଦେଖି ତୁରନ୍ତ ୧୦୮ ଆମ୍ବୁଲାନ୍ସ ଡକାଇଥିଲେ। ଅପରପକ୍ଷରେ ଚେଙ୍କ ନେବା ପରେ ରୂପେଶର ସ୍ବାସ୍ଥ୍ୟାବସ୍ଥା ଶୋଚନୀୟ ହୋଇ ପଡ଼ିଥିଲା। ଆମ୍ବୁଲାନ୍ସ ପହଞ୍ଚିବା ପରେ ଦିନ ଦ୍ବିପ୍ରହରରେ ଆଶାକର୍ମୀଙ୍କ ସହାୟତାରେ ରୂପେଶକୁ ହାଟଭରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା l ସେଠାରେ ଡାକ୍ତର ରୂପେଶଙ୍କ ଚିକିତ୍ସା ଆରମ୍ଭ କରିଥିଲେ ଏବଂ ଭଲ ହେବା ପର୍ଯ୍ୟନ୍ତ ଏଠାରେ ରଖିବାକୁ ପରାମର୍ଶ ଦେଇଥିଲେ। ଅନ୍ୟପଟେ ପରିବାର ଲୋକେ ମେଡିକାଲରେ ଚିକିତ୍ସା କରିବାକୁ ପସନ୍ଦ କରୁ ନ ଥିବା ବେଳେ ଘରକୁ ଫେରିଯିବାକୁ ଇଚ୍ଛା କରି ଡାକ୍ତରଙ୍କୁ ଘରକୁ ଛାଡ଼ିଦିଅ ବୋଲି କହିଥିଲେ। କିନ୍ତୁ ରୂପେଶର ସ୍ବାସ୍ଥ୍ୟାବସ୍ଥା ଶୋଚନୀୟ ଅଛି ତାକୁ ଛଡ଼ାଯିବ ନାହିଁ ବୋଲି ଡାକ୍ତର କହିଥିଲେ। ଗୁରୁବାର ସକାଳ ପ୍ରାୟ ୧୦ଟା ସମୟରେ ରୂପେଶକୁ ପରିବାର ଲୋକେ ମେଡିକାଲରୁ ନେଇ ଲୁଚି ପଳାଇଥିଲେ। ଡାକ୍ତର ଏ ନେଇ କୁନ୍ଦେଇ ଥାନାରେ ଲିଖିତ ଭାବେ ଜଣାଇଥିଲେ। ଆଶାକର୍ମୀ ପୁଣଥରେ ଶୁକଦେବ ଗଣ୍ଡଙ୍କ ଘରକୁ ଯାଇ ଦେଖିବା ବେଳକୁ ରୂପେଶର ଘରୋଇ ଚିକିତ୍ସା ଚାଲିଥିଲା । ଆଶାକର୍ମୀ ପରିବାର ଲୋକଙ୍କୁ ବହୁତ ବୁଝାଇବା ପରେ ବି ସେମାନେ ନ ବୁଝିବାରୁ ସେ ନିରାଶ ହୋଇ ଫେରି ଆସିଥିଲେ। ଶେଷରେ ରୂପେଶଙ୍କ ଭୋର ୪ଟା ସମୟରେ ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri