ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା

ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୭ଜଣ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଏମାନଙ୍କ ମଧ୍ୟରୁ ୪ଜଣ ଗୁରୁତରଙ୍କୁ କାଜୁଆଲଟିରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତରଙ୍କ ବଦଳରେ ସୁଇପରମାନେ ରୋଗୀଙ୍କୁ ଚିକିତ୍ସା କରୁଥିବା ଦେଖିବାକୁ ମିଳିଥିଲା। ଫାର୍ମାସିଷ୍ଟଙ୍କ ବଦଳରେ ହସ୍ପିଟାଲରେ ସଫେଇ କାମ କରୁଥିବା ୨ ବ୍ୟକ୍ତି ହାତରେ କଇଁଚି ଏବଂ ତୁଳା ଧରି ଡ୍ରେସିଂ, ପଟିବାନ୍ଧିବା କାମ କରିଥିଲେ। ଏ ସମ୍ପର୍କରେ ଜିଲା ଅତିରିକ୍ତ ଚିକିତ୍ସା ଅଧିକାରୀ ଅଲେଖ ମହାପାତ୍ର କହିଛନ୍ତି, ଫାର୍ମାସିଷ୍ଟ ନ ଥିବାରୁ ଅନ୍ୟ ଜଣେ ପଟି ବାନ୍ଧିବାରେ ସହଯୋଗ କରିଥିଲେ। ରୋଗ ଦେଖି ଓଷଧ ଦେବା ଭଳି କୌଣସି ଗୁରୁତର କାମ କରିନାହାନ୍ତି। ଦୀର୍ଘଦିନ ଧରି ସେମାନେ ଡାକ୍ତରଖାନାରେ କାମ କରୁଥିବାରୁ ଆବଶ୍ୟକ ସମୟରେ ସହଯୋଗ କରିଛନ୍ତି। ତେଣୁ ଏହାକୁ ମାନବିକତା ଭାବେ ଗ୍ରହଣ କରିବା ଉଚିତ ବୋଲି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri