ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା

ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୭ଜଣ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଏମାନଙ୍କ ମଧ୍ୟରୁ ୪ଜଣ ଗୁରୁତରଙ୍କୁ କାଜୁଆଲଟିରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତରଙ୍କ ବଦଳରେ ସୁଇପରମାନେ ରୋଗୀଙ୍କୁ ଚିକିତ୍ସା କରୁଥିବା ଦେଖିବାକୁ ମିଳିଥିଲା। ଫାର୍ମାସିଷ୍ଟଙ୍କ ବଦଳରେ ହସ୍ପିଟାଲରେ ସଫେଇ କାମ କରୁଥିବା ୨ ବ୍ୟକ୍ତି ହାତରେ କଇଁଚି ଏବଂ ତୁଳା ଧରି ଡ୍ରେସିଂ, ପଟିବାନ୍ଧିବା କାମ କରିଥିଲେ। ଏ ସମ୍ପର୍କରେ ଜିଲା ଅତିରିକ୍ତ ଚିକିତ୍ସା ଅଧିକାରୀ ଅଲେଖ ମହାପାତ୍ର କହିଛନ୍ତି, ଫାର୍ମାସିଷ୍ଟ ନ ଥିବାରୁ ଅନ୍ୟ ଜଣେ ପଟି ବାନ୍ଧିବାରେ ସହଯୋଗ କରିଥିଲେ। ରୋଗ ଦେଖି ଓଷଧ ଦେବା ଭଳି କୌଣସି ଗୁରୁତର କାମ କରିନାହାନ୍ତି। ଦୀର୍ଘଦିନ ଧରି ସେମାନେ ଡାକ୍ତରଖାନାରେ କାମ କରୁଥିବାରୁ ଆବଶ୍ୟକ ସମୟରେ ସହଯୋଗ କରିଛନ୍ତି। ତେଣୁ ଏହାକୁ ମାନବିକତା ଭାବେ ଗ୍ରହଣ କରିବା ଉଚିତ ବୋଲି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମା ଶଙ୍କର ବେହେରା ହେଲେ ଭଞ୍ଜନଗର ଉପ ଜିଲାପାଳ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ): ଭଞ୍ଜନଗର ତହସିଲଦାର ଉମା ଶଙ୍କର ବେହେରା ପ୍ରମୋଶନ ପାଇ ଭଞ୍ଜନଗର ଉପ ଜିଲାପାଳ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ଶୁକ୍ରବାର ବିଜ୍ଞପ୍ତି...

ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୪।୨: (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଠାରେ ଭାରତ ନିର୍ମାଣ ଆଜାଦି ସେବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ସାରେ ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ...

ଆରପାରିରେ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ ଝିଅ

ପଟ୍ଟାଙ୍ଗି,୧୪ା୨(ଶରତ କୁମାର ଧଳ):କୋରାପୁଟ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀଙ୍କ ତୃତୀୟ ଝିଅ ରାଜଲକ୍ଷ୍ମୀଙ୍କ ଗୁରୁବାର ବିଳମ୍ବିତ ରାତିରେ ବିଶାଖାପାଟଣାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ...

ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରହିଥିବା ଅଷ୍ଟଶମ୍ଭୁ ମଧ୍ୟରେ  ଅନ୍ୟତମ ଶୈବପୀଠ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ଶୁକ୍ରବାର ବରଗଡ଼...

ଅଶୁଭ! ଭାଙ୍ଗିଲା ଶ୍ରୀମନ୍ଦିର ଉପରେ ଥିବା ଅକ୍ଷୟ ଦଣ୍ଡ

ପୁରୀ,୧୪।୨: ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ ଭାଙ୍ଗି ଯାଇଛି । jagannath temple ଚୁଡ଼ାରେ ଆଜି ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି...

ଜାଣନ୍ତୁ କିଏ ହେଲେ ଭଞ୍ଜନଗର ବିଡିଓ , ମିଳିଲା ଦାୟିତ୍ୱ

ଭଞ୍ଜନଗର,୧୪ା୨(ବାବୁଲା ପ୍ରଧାନ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ବିଡିଓ ବଦଳି ତାଲିକା ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର ବିଡିଓ ଭାବେ...

କାର୍ଯ୍ୟରେ ଯୋଗଦେଲେ ନୂତନ ଥାନା ଅଧିକାରୀ

ଭଞ୍ଜନଗର,୧୪ା୨(ବାବୁଲା ପ୍ରଧାନ)- ଭଞ୍ଜନଗର ଥାନାର ନୂତନ ଥାନା ଅଧିକାରୀ ଭାବେ ଜୀବନାନନ୍ଦ ଜେନା ଶୁକ୍ରବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ ସହରର ବହୁ ଅନୁଷ୍ଠାନର...

ଚଳନ୍ତା କାରରୁ ହଠାତ୍‌ ହୁତୁହୁତୁ ହୋଇ ଜଳିଲା ନିଆଁ, ଭିତରେ ଥିଲେ ୩ଜଣ

ହିଞ୍ଜିଳିକାଟୁ ୧୪।୨( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ଆର ଏମ ସି ଛକ ନିକଟ ଉପଖଣ୍ଡ ଚିକିତ୍ସାଳୟର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ହଠାତ ଏକ ଚଳନ୍ତା କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri