ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ୨ ବ୍ଲକର ସମସ୍ତ ସରପଞ୍ଚ

ଗଞ୍ଜାମ,୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଓ ହିଞ୍ଜିଳି ବ୍ଲକର ବିଭିନ୍ନ ପଞ୍ଚାୟତ ସରପଞ୍ଚ ଗୁରୁବାର ଗଞ୍ଜାମ ବ୍ଲକ ଗସ୍ତରେ ଆସି ପ୍ରଥମେ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପରିଦର୍ଶନ କରିଥିଲେ। ସେଠାରେ ଶିଶୁ ପାର୍କ, କଲ୍ୟାଣୀ ମଣ୍ଡପ, ଶୌଚାଳୟ ଆଦି ବୁଲି ଦେଖିବା ପରେ ହୁମା ପଞ୍ଚାୟତ ଯାଇଥିଲେ l ସେଠାରେ ତାଙ୍କୁ ହୁମା ସରପଞ୍ଚ ଜାନକୀ ଦାସ, ସମିତିସଭ୍ୟ ଧ୍ରୁବଚରଣ ପଲାଇ ପ୍ରମୁଖ ପଞ୍ଚାୟତ କାର୍ଯ୍ୟାଳୟଠାରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇ ଥଲେ। ପୁଣି ସେଠାରୁ ସୁବଳୟା ଓ ମଲାଡ଼ ପଞ୍ଚାୟତ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଗଞ୍ଜାମ ଜିଲାର ଦୁଇ ପ୍ରମୁଖ ବ୍ଲକର ପଞ୍ଚାୟତ ଜନପ୍ରତିନିଧିମାନେ ବଟେଶ୍ୱର ପୀଠର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଦେଖି ଭୂୟସୀ ପ୍ରଶଂସା କରିଥିଲେ। ସରପଞ୍ଚଙ୍କ ପରିଦର୍ଶନ ବେଳେ ଜିଆର୍‌ଏସ୍‌ ସଚ୍ଚିଦାନନ୍ଦ ନାୟକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଦିଲ୍ଲୀପ ନାୟକ, ଯୋଗାଣ ସହାୟକ ନବୀନ ସିଂ, ମହିଳା ଗୋଷ୍ଠୀ ସଂଗଠକ ଜଳନ୍ଧର ମହାରଣା, ହୁମା ସରପଞ୍ଚ ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri