ବିଭିନ୍ନ ପ୍ରକଳ୍ପର ତଦାରଖ, ସମୀକ୍ଷା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଗସ୍ତରେ ଆସିଥିଲେ। ଶୁକ୍ରବାର ଦ୍ୱିତୀୟ ଦିନରେ ସେ ଜିିଲାର ଭବାନୀପାଟଣା ବ୍ଲକ ସମେତ ଥୁଆମୂଳ ରାମପୁର, ଜୟପାଟଣା ବ୍ଲକସ୍ଥିତ ମୁଖୀଗୁଡା ଓ ଧର୍ମଗଡ ଆଦି ଗସ୍ତ କରି ବିଭିନ୍ନ ପ୍ରକଳ୍ପର ତଦାରଖ କରିଛନ୍ତି। ଭବାନୀପାଟଣା ସହରର ମତ୍ସ୍ୟ କାଯର୍ର୍ର୍‌ୟାଳୟ ଓ ବିମଳା କନଭେଣ୍ଟ ନିକଟସ୍ଥ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ଜାଖମ ଇକୋ ଟୁରିଷ୍ଟ କମ୍ପ୍ଲେକ୍ସ, କାନିଗୁମା କଫି ପ୍ଲାଣ୍ଟେଶନ, ଥୁଆମୂଳ ରାମପୁରର କଫି ନର୍ସରୀ ପରିଦର୍ଶନ ସହ ଏହାର ରକ୍ଷଣାବେକ୍ଷଣ ନିମନ୍ତେ ପରାମର୍ଶ ଦେଇଥିଲେ। ଥୁଆମୂଳ ରାମପୁରସ୍ଥିତ ମା’ ମାଣିକେଶ୍ବରୀ ମନ୍ଦିର କାର୍ଯ୍ୟ ଅଗ୍ରଗତି, ବିକାଶ ଓ ଏହାର ଅଧିକ ପରିସୀମା ପାଇଁ ଆବଶ୍ୟକ ପଦକ୍ଷେପ ଉପରେ ସମ୍ପୃକ୍ତ ଅଧିକାରୀଙ୍କୁ କହିଥିଲେ। ଥୂଆମୁଳ ରାମପୁରର ପର୍ଯ୍ୟଟନ ଆକର୍ଷଣ ‘ହେଲୋ ପଏଣ୍ଟ’ ସହ ଇନ୍ଦ୍ରାବତୀ ଜଳଭଣ୍ଡାର ପରିଦର୍ଶନ କରିଥିଲେ। ସେହିପରି ଧର୍ମଗଡସ୍ଥିତ ଟାଉନହଲର ପୁନରୁଦ୍ଧାର କାର୍ଯ୍ୟ, ସିଆଲିକାନୀ କଟା ବନ୍ଧ ପରିଦର୍ଶନ ସହ ଧର୍ମଗଡ ଆହାର ରୋଷେଇ କେନ୍ଦ୍ର ଉଦଘାଟନ କରିଥିଲେ। ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମସିଗାଁ ବାଗଡିସାର ପୋଲ କାର୍ଯ୍ୟ ଅଗ୍ରଗତି ପରିଦର୍ଶନ କରିଥିଲେ। ଏହି ସମୟରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଜିଲାପାଳ କଳାହାଣ୍ଡି ପି. ଅନେୱଷା ରେଡ୍ଡୀ, ସିଡିଓ ଜିଲା ପରିଷଦ ସଚିନ ପାୱାର, ଧର୍ମଗଡ଼ ଉପଜିଲାପାଳ ବେଦ ଭୂଷଣ, ଡବ୍ଲ୍ୟୁଓଡିସି ସଦସ୍ୟ ଅବିନାଶ ଠାକୁର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ପ୍ରଥମେ ଗୁରୁବାର ସାରେ ସେ ଭବାନୀପାଟଣାରେ ପହଞ୍ଚତ୍ଥିଲେ। ପରେ ସ୍ଥାନୀୟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୋଗଦେଇ ଜିଲାର ଶିଳ୍ପ, କୃଷି ଭିତ୍ତିକ ଶିଳ୍ପର ସ୍ଥାପନ ଓ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଊପରେ କିଭଳି ଆଖି ଦୃଶିଆ ଅଗ୍ରସର ହୋଇପାରିବ ତା ଉପରେ କୃଷି, ପଶୁ ସମ୍ପଦ, ଉଦ୍ୟାନ, ମତ୍ସ୍ୟ, ଶିଳ୍ପ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ଅଜିତ ମିଶ୍ର, ଜିଲାପାଳ ପି. ଅନ୍ବେଷା ରେଡ୍ଡୀ, ଅତିରିକ୍ତ ଜିଲାପାଳ ସୁବ୍ରତ କୁମାର ନାୟକ, ଡବ୍ଲ୍ୟୁଓଡିସି ଟେକନିକାଲ ପରାମର୍ଶଦାତା ସୁନୀଲ ନାୟକ, ଡିଡି ପ୍ଲାନିଙ୍ଗ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?