ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର, ଅବସରପ୍ରାପ୍ତ ଆର୍‌ଆଇ

ସୋନପୁର,୧୯।୨: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ସୁପରଭାଇଜର ନବେନ୍ଦ୍ର ମହାକୁର ଓ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ ବାବାଜୀ ଚରଣ ସାହୁ ସମ୍ବଲପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଉଭୟଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଏଥିସହ ସୁପରଭାଇଜରଙ୍କ ସୋନପୁର ବ୍ଲକ ନାଇକେନପାଲିସ୍ଥିତ ବାସଭବନ, ବୀରମହାରାଜପୁର କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏ ନେଇ ସମ୍ବଲପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା (ନଂ.୪/୨୧) ରୁଜୁ ହୋଇଛି । ଜିଲାରେ ଜମିଜମା ସମ୍ପର୍କିତ ହାଇଟେକ୍‌ ସର୍ଭେ ଚାଲିଥିବାରୁ କମିରା ରାଜସ୍ବ ସର୍କଲ ଅନ୍ତର୍ଗତ ଥବୀର ମେହେର ମା’ଙ୍କ ନାମରେ ଥିବା ଜମିକୁ ବନ୍ଦୋବସ୍ତରେ ନିଜ ନାମରେ କରିବା ପାଇଁ ସୁପରଭାଇଜରଙ୍କ ନିକଟରେ ଆବେଦନ କରିଥିଲେ। ସୁପରଭାଇଜର ଫାଇଲ ପକାଇ ରଖି ପରେ ଅବସରପ୍ରାପ୍ତ ଆର୍‌ଆଇ ସାହୁଙ୍କୁ ଦେବା ପାଇଁ କହିଥିଲେ । ଥବୀର ଡିସେମ୍ବର ମାସ ୧୫ ତାରିଖରୁ ଫର୍ମ ଓ କାଗଜପତ୍ର ଦାଖଲ କରିଥିଲେ ମଧ୍ୟ ଆର୍‌ଆଇ ସାହୁ କୌଣସି କାର୍ଯ୍ୟ କରି ନ ଥିଲେ। ଅନ୍ୟପକ୍ଷେ ଆର୍‌ଆଇ ରାଜସ୍ବ ସୁପରଭାଇଜରଙ୍କୁ ୧୦ ହଜାର ଟଙ୍କା ଦେଲେ କାମ ହୋଇଯିବ ବୋଲି ଥବୀରଙ୍କୁ କହିଥିଲେ। ଏ ସମ୍ପର୍କରେ ଅଭିଯୋଗ ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଜାଲ ବିଛା ଯାଇଥିଲା । ଯୋଜନା ମୁତାବକ ଥବୀର ଲାଞ୍ଚ ଟଙ୍କା ଦେଲା ପରେ ଭିଜିଲାନ୍ସ ଅଧିକାରୀ ରଙ୍ଗବୋଳା ୨୦ଟି ୫ଶହ ଟଙ୍କିଆ ନୋଟ ସହ ସୁବଳୟାରୁ ଆର୍‌ଆଇ ସାହୁଙ୍କୁ ଗିରଫ କରିଥିଲେ । ପରେ ରାଜସ୍ବ ସୁପରଭାଇଜର ନବେନ୍ଦ୍ରଙ୍କୁ ଗିରଫ କରାଯାଇଥିଲା । ଭିଜିଲାନ୍ସ ଡିଏସ୍‌ପି ଦାଶରଥି ସେଠୀ, ଇନ୍ସପେକ୍ଟର ତୁଷାରକାନ୍ତ ମହାପାତ୍ର ଏହି ଚଢାଉ କରିଥିଲେ । ତେବେ ଆରଆଇ ସାହୁ ହାଇଟେକ୍‌ କାମ ପାଇଁ ଅନୁଗୋଳରୁ ଡେପୁଟେସନରେ ଆସିଥିବା ବେଳେ ଗତ ଜୁନ୍‌ ୩୦ ତାରିଖରେ ଅବସର ଗ୍ରହଣ କରିଛନ୍ତି । କିନ୍ତୁ ସେ ସୁବଳୟାରେ ରହି ସରକାରୀ କାର୍ଯ୍ୟ କରୁଥିଲେ । ତାଙ୍କ ନିକଟରୁ ସରକାରୀ ଫାଇଲ ଜବତ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri