ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଯୋଗାଅ

ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ଔଷଧ ନ ମିଳିବା ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ତେଣୁ ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସା ପାଇଁ ଅତ୍ୟାବଶ୍ୟକ ଔଷଧ ଯୋଗାଣ ସୁନିଶ୍ଚିତ କରିବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଛନ୍ତି। ରୋଗୀମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ସେ ଅନୁରୋଧ କରିଛନ୍ତି। ବ୍ଲାକ୍‌ ଫଙ୍ଗସ୍‌କୁ ଆୟୁଷ୍ମାନ ଭାରତ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟବୀମା ଯୋଜନାରେ ସାମିଲ କରାଯାଇ ନ ଥିବାରୁ ଏବାବଦରେ ତୁରନ୍ତ ପଦକ୍ଷେପ ନେବା ଲାଗି କଂଗ୍ରେସ ଅଧ୍ୟକ୍ଷା ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି। ବ୍ଲାକ୍‌ ଫଙ୍ଗସ୍‌ ବା ମ୍ୟୁକୋରମାଇକୋସିସ୍‌କୁ ମହାମାରୀ ଘୋଷଣା କରିବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ତେଣୁ ଏହି ରୋଗର ଚିକିତ୍ସା ପାଇଁ ଅତ୍ୟାବଶ୍ୟକ ଔଷଧ ପର୍ଯ୍ୟାପ୍ତ ଉତ୍ପାଦନ ଓ ଯୋଗାଣ ହେବା ଆବଶ୍ୟକ ବୋଲି ସୋନିଆ କହିଛନ୍ତି। ବ୍ଲାକ୍‌ ଫଙ୍ଗସ୍‌ ପାଇଁ ଲିପୋସୋମାଲ ଆମ୍ଫୋଟେରିସିନ-ବି ଅତି ଜରୁରୀ ହୋଇଥିବାବେଳେ ବଜାରରେ ଏହାର ଅଭାବ ଦେଖାଦେଇଛି।

ଅନ୍ତଃନଳୀରେ ବ୍ଲାକ୍‌ ଫଙ୍ଗସ୍‌

ବ୍ଲାକ୍‌ ଫଙ୍ଗସ୍‌ ଅନ୍ତଃନଳୀକୁ ବି ସଂକ୍ରମଣ କରୁଛି। ଏଭଳି ବିରଳ ଘଟଣା ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ୨ ଜଣ ରୋଗୀଙ୍କଠାରେ ଦେଖାଯାଇଛି। ଉଭୟଙ୍କର ଡାଇବେଟିସ୍‌ ରହିଛି। କୋଭିଡ୍‌ ଚିକିତ୍ସା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଷ୍ଟିରଏଡ୍‌ ନେଇଥିଲେ ବୋଲି ଡାକ୍ତର କହିଛନ୍ତି। ତଳିପେଟରେ ଯନ୍ତ୍ରଣା ହେବାରୁ ଗଙ୍ଗାରାମ ହସ୍ପିଟାଲକୁ ନିଆଯାଇଥିଲା। ସିଟି ସ୍କାନ୍‌ରୁ ଉଭୟଙ୍କ ଅନ୍ତଃନଳୀରେ ବ୍ଲାକ୍‌ ଫଙ୍ଗସ୍‌ ବା ମ୍ୟୁକୋର୍‌ମାଇକୋସିସ୍‌ ସଂକ୍ରମଣ ହୋଇଥିବା ଜଣାପଡ଼ିଥିଲା। ଏହି ରୋଗ ସାଧାରଣତଃ ରୋଗୀର ନାକ, ଆଖି, ମୁହଁ ଓ ଫୁସ୍‌ଫୁସ୍‌ ଆଦିକୁ ସଂକ୍ରମଣ କରୁଥିବାବେଳେ ଅନ୍ତଃନଳୀରେ ସଂକ୍ରମଣ ହେବା ପ୍ରଥମ ଘଟଣା। ବର୍ତ୍ତମାନ ସୁଦ୍ଧା ବ୍ଲାକ୍‌ ଫଙ୍ଗସ୍‌ରେ ୨୧୯ ଜଣଙ୍କ ମୃତ୍ୟୁ ହେଲାଣି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri