ଧାନ ଚୋରା ଚାଲାଣ ବେଳେ ମାଡିବସିଲା ଯୋଗାଣ ବିଭାଗ

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଜୟପାଟଣା, କୋକସରା, କଲମପୁର, ଧର୍ମଗଡ଼ ବ୍ଲକ ଅଞ୍ଚଳରୁ ପଡୋଶୀ ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶକୁ ଧାନ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଶୁକ୍ରବାର କଳାହାଣ୍ଡି ଯୋଗାଣ ଅଧିକାରୀଙ୍କ ନେତୃତ୍ୱରେ ଧର୍ମଗଡ଼ ଉପଖଣ୍ଡ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଜାତୀୟ ରାଜପଥ ୨୬ ମୋଟେର ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ (ନଂ.ଓଡି୦୮ଇ୦୮୫୮)ରେ ଧାନ ବୋଝେଇ ହୋଇ ଯାଉଥିବା ବେଳେ ଯୋଗାଣ ବିଭାଗ ଅଧିକାରୀ ଅଟକାଇ କାଗଜପତ୍ର ଯାଞ୍ଚ ସମୟରେ ଏହା ଚୋରା ଚାଲାଣ ହେଉଥିବା ସ୍ପଷ୍ଟ ହୋଇଥିଲା। ଯୋଗାଣ ବିଭାଗ ପକ୍ଷରୁ ଟ୍ରକ ଓ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ବେଳେ ପ୍ରସାଦ ସିଡ୍ସର ଟ୍ରକରେ ୧୦୪.୮୦ କୁଇଣ୍ଟାଲ ଧାନ ରହିଛି। ଚଢ଼ାଉରେ କଳାହାଣ୍ଡି ଯୋଗାଣ ଅଧିକାରୀ ମନୋଜ ଦାସ, ଉପଖଣ୍ଡ ଯୋଗାଣ ଅଧିକାରୀ ଦୁର୍ଗା ପ୍ରସାଦ ମାଝି, ବ୍ଲକ ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, ଜୟପାଟଣା ବ୍ଲକ ଯୋଗାଣ ଅଧିକାରୀ ପ୍ରିୟ ରଞ୍ଜନ ନାଏକ, ଧର୍ମଗଡ଼ ବ୍ଲକ ଯୋଗାଣ ଅଧିକାରୀ ପ୍ରଶାନ୍ତ ଦାସ ସାମିଲ ରହିଥିଲେ। ତଦନ୍ତ ପରେ ସବିଶେଷ ତଥ୍ୟ ଜଣାପଡିବ ବୋଲି ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri