ଲୋକଙ୍କ ଅଭିଯୋଗ ଶୁଣୁନି ଯୋଗାଣ ବିଭାଗ : ଗଞ୍ଜାମରେ ୮୨୦ ମାମଲା ପେଣ୍ଡିଂ

ଛତ୍ରପୁର,୧୬।୧(ଡି.ଏନ୍‌.ଏ): ଯୋଗାଣ ସମ୍ବନ୍ଧୀୟ ଲୋକଙ୍କ ଅଭିଯୋଗ ଓ ସମସ୍ୟା ଜାଣିବା ଏବଂ ଏହାର ସମାଧାନ କରିବା ଲାଗି ରାଜ୍ୟ ସରକାର ଜିଆରଏସ ପୋର୍ଟାଲର ବ୍ୟବସ୍ଥା କରିଛନ୍ତି । ଫଳରେ ଜନସାଧାରଣ ଉକ୍ତ ପୋର୍ଟାଲ ଜରିଆରେ ଅନଲାଇନ୍‌ରେ ନିଜର ରାଶନକାର୍ଡ, ଧାନ, ସାର ବିକ୍ରି ଏବଂ ଅନ୍ୟାନ୍ୟ ଯୋଗାଣ ବିଭାଗର ସେବା ସମ୍ପର୍କରେ ନିଜ ନିଜର ଅଭିଯୋଗ ଓ ସମସ୍ୟା ଜଣାଇପାରୁଛନ୍ତି। ତେବେ ଏହାର ପ୍ରକୃତ ଉଦ୍ଦେଶ୍ୟ ଗଞ୍ଜାମ ଜିଲାରେ ସାଧନ ହୋଇପାରୁନ ଥିବା ଦେଖିବାକୁ ମିଳିଛ। ବାରମ୍ବାର ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ରିମାଇଣ୍ଡର ଜିଲା ଯୋଗାଣ ଅଧିକାରୀଙ୍କୁ ଆସିଛି । ମାତ୍ର ଏବେ ବି ଜନସାଧାରଣଙ୍କ ୮୨୦ ଅଭିଯୋଗର ସମାଧାନ ନହୋଇ ପେଣ୍ଡିଂ ରହିଛି । ଏଗୁଡିକର ସମାଧାନ ପାଇଁ ପୁଣି ରାଜ୍ୟ ଯେଗାଣ ନିଗମର ପରିଚାଳନା ନିର୍ଦ୍ଦେଶକଙ୍କଠାରୁ ଜିଲା ଯୋଗାଣ ଅଧିକାରୀଙ୍କ ନିକଟକୁ ଚିଠି ଆସିଛି। ଏ ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରିବା ପାଇଁ ମଧ୍ୟ ଚିଠି ଆସିଥିବା ଜଣାଯାଇଛି । ଏତେ ସଂଖ୍ୟକ ଅଭିଯୋଗ ମାମଲାର ସମାଧାନ ହୋଇ ନ ଥିବାରୁ ଯୋଗାଣ ମନ୍ତ୍ରୀ ମଧ୍ୟ ଅସନ୍ତୋଷ ପ୍ରକାଶ କରିବା ସହ ଶୀଘ୍ର ଏଗୁଡିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିବା ଉକ୍ତ ଚିଠିରେ ଉଲ୍ଲେଖ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri