ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ ଦେଖିବାକୁ ମିଳିଛି । ଅନ୍ୟପଟେ ଏହାକୁ ନେଇ ତତ୍ପରତା ଦେଖାଇଛି ଖାଦ୍ୟ ଯୋଗାଣ ବିଭାଗ । କଳାବଜାର ରୋକିବା ପାଇଁ ଚାଲିଛି ପ୍ରୟାସ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବରଗଡ ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଗ୍ୟାସ କଳାବଜରୀ ସୂଚନା ପାଇ ବରଗଡ ଜିଲା ଅତାବିରା ବ୍ଲକ କୁଲୁଣ୍ଡା ଗାଁର ବ୍ୟବସାୟୀ ପ୍ରଶାନ୍ତ ପ୍ରଧାନଙ୍କ ଘରେ ଯୋଗାଣ ବିଭାଗ ପକ୍ଷରୁ ଚଢାଉ କରାଯାଇଛି ।

ତାଙ୍କ ଘରୁ ୧୨ଟି ଘରୋଇ ଗ୍ୟାସ ସିଲିଣ୍ଡର ସହିତ ୨୮୩ଟି ଗ୍ରାହକଙ୍କ ଗ୍ୟାସ ଖାତା ମିଲଛି । ସେଥିମଧ୍ୟରୁ ୧୬୦ଟି ଉଜ୍ୱଳା ଯୋଜନାର ଖାତା ରହିଥିବା ବେଳେ ୧୨୩ଟି ସାଧାରଣ କଂଜୁମର ଖାତା ଜବଦ କରିଛି ଯୋଗାଣ ବିଭାଗ । ତେବେ ଏହି ଚଢ଼ାଉରେ ଅତିରିକ୍ତ ଯୋଗାଣ ଅଧିକାରୀ ବୋମକେଶ ମାଝୀଙ୍କ ନେତୃତ୍ୱରେ ଏକ ଟିମ ଗଠନ କରି ମାଜିଷ୍ଟ୍ରେଟଙ୍କ ଉପସ୍ଥିତ ଚଢ଼ାଉ ଜାରି ରହିଛି । ତେବେ ଏହି ଗ୍ୟାସ ସିଲିଣ୍ଡର ଓ ଏତେ ଜଣ କଂଜୁମରଙ୍କ ଖାତା କେଉଁଠୁ ଆସିଲା ତାହା ତଦନ୍ତ କରୁଛି ଯୋଗାଣ ବିଭାଗ ।
ଅନ୍ୟ ପଟେ ଜିଲା ପ୍ରଶାସନ ତରଫରୁ ରନ୍ଧନ ଗ୍ୟାସ, ପେଟ୍ରୋଲ, ଡିଜେଲ ଯୋଗାଣ ତଥା ବଣ୍ଟନ ସମୀକ୍ଷା ପାଇଁ ପାଇଁ ଜିଲାପାଳ ଅଧ୍ୟକ୍ଷତାରେ ଏକ ବୈଠକ କରି କମିଟି ଗଠନ କରାଯାଇଛି । ତେବେ ଜିଲାସ୍ତରୀୟ କଳାବଜାର ରୋକିବା ପାଇଁ ଗଠନ କରାଯାଇଛି ଟାସ୍କ ଫୋର୍ସ ଗାର୍ଡ । ତାସହିତ ପ୍ରଶାସନ ତରଫରୁ ହେଲ୍ପ ଲାଇନ ନମ୍ବର ମଧ୍ୟ୍ୟ ଜାରି କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri