ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜିଲାପାଳ ଭି. କୀର୍ତ୍ତି ଭାସନ ଏବଂ ବ୍ରହ୍ମପୁର ଉପ-ଜିଲାପାଳ ଅବିନାଶ କୁମାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ଓ କୁକୁଡ଼ାଖଣ୍ଡି ବ୍ଲକ ଅଞ୍ଚଳରେ ଅତର୍କିତ ଚଢ଼ାଉ କରାଯାଇ ସମୁଦାୟ ୪୧ଟି ସିଲିଣ୍ଡର ଜବତ କରାଯାଇଛି।

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଯୋଗୁ ଗ୍ରାମାଞ୍ଚଳରେ ଗ୍ୟାସ୍ ସଙ୍କଟ ଦେଖାଦେଇଥିବାରୁ କିଛି କଳାବଜାରୀ ଏହାର ଫାଇଦା ଉଠାଉଥିଲେ। ସାଧାରଣ ଲୋକେ ଗ୍ୟାସ୍ ନପାଇ ଚୁଲିରେ ରୋଷେଇ କରୁଥିବା ବେଳେ ବଜାରରେ ସିଲିଣ୍ଡର ପିଛା ୨୫୦୦ ରୁ ୩୦୦୦ ଟଙ୍କା ପର୍ଯ୍ୟନ୍ତ ଆଦାୟ କରାଯାଉଥିବା ଅଭିଯୋଗ ହୋଇଥିଲା।

ଯୋଗାଣ ବିଭାଗ ବି.ତୁରୁବୁଡି ଗ୍ରାମର ଟି. ଲକ୍ଷ୍ମୀ ନାରାୟଣ ପାତ୍ର (ମିଟୁ)ଙ୍କ ଘର ଓ ଅଟୋ ଉପରେ ଚଢ଼ାଉ କରିଥିଲା। ସେଠାରୁ ୨୮ଟି ଭର୍ତ୍ତି ସିଲିଣ୍ଡର ଜବତ ହୋଇଛି। ମିଟୁ ଏକ ଡାଲା ଅଟୋ ସାହାଯ୍ୟରେ ଗ୍ୟାସ୍ ଚଢ଼ା ଦରରେ ବିକ୍ରି କରିବାକୁ ନେଉଥିବା ବେଳେ ଧରାପଡ଼ିଥିଲେ। ଏହି ବ୍ଲକର ବାଲିପଡ଼ା ଗ୍ରାମର ଚିତ୍ର ଜେନାଙ୍କ ଘରୁ ୧୧ଟି ଖାଲି ସିଲିଣ୍ଡର ଜବତ କରାଯାଇଛି।

ଅତ୍ୟାବଶ୍ୟକୀୟ ସାମଗ୍ରୀ ନିୟନ୍ତ୍ରଣ ଆଇନର ଧାରା-୭ ଅନୁଯାୟୀ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି। ଜବତ ସମସ୍ତ ସିଲିଣ୍ଡରକୁ ବ୍ରହ୍ମପୁର ସ୍ଥିତ ‘ନିୟତି ଇଣ୍ଡେନ ଗ୍ୟାସ’ ବିତରକଙ୍କ ଜିମାରେ ଦିଆଯାଇଥିବା ଦିଗପହଣ୍ଡି ବ୍ଲକ ମାର୍କେଟିଂ ଇନ୍ସପେକ୍ଟର ବ୍ରଜେଶ୍ୱର ରାୟ ସୂଚନା ଦେଇଛନ୍ତି।

ଏହି ଚଢ଼ାଉରେ ବ୍ରହ୍ମପୁର ସହକାରୀ ଯୋଗାଣ ଅଧିକାରୀ ଧୀରଜ ଭୂୟାଁ, ମାର୍କେଟିଂ ଗୋଇନ୍ଦା ଇନ୍ସପେକ୍ଟର ରଞ୍ଜନ ସେଠୀ ଏବଂସାନଖେମୁଣ୍ଡି ବ୍ଲକ ମାର୍କେଟିଂ ଇନ୍ସପେକ୍ଟର  ଅକ୍ଷୟ ସେଠୀ , କୁକୁଡାଖଣ୍ଡି ବ୍ଲକ ମାର୍କେଟିଂ ଇନ୍ସପେକ୍ଟର ସୁଧାକର ମଲ୍ଲିକ ସାମିଲ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri