ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ଅଧୀନ କଳିଙ୍ଗନଗର ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଆଜବେଷ୍ଟସ ଘରୁ ୨୨୯ଟି ଘରୋଇ ଗ୍ୟାସ୍‌ ସିଲିଣ୍ଡର ଜବତ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିବାବେଳେ ଗ୍ୟାସ ଭର୍ତ୍ତି କରିବାରେ ବ୍ୟବହୃତ ଉପକରଣ ମଧ୍ୟ ଜବତ ହୋଇଛି।

ଜବତ ସିଲିଣ୍ଡର ମଧ୍ୟରେ ଇଣ୍ଡେନ୍‌ର ୯୦ଟି, ଭାରତ ଗ୍ୟାସ୍‌ ୩୮ଟି ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ୍‌ର ୧୦୧ଟି ସିଲିଣ୍ଡର ରହିଛି। ଏଥିସହ ଗ୍ୟାସ ଭର୍ତ୍ତି ପାଇଁ ବ୍ୟବହୃତ ଦୁଇଟି ମୋଟର ପ୍ରେସର ପାଇପ, ସିଲିଣ୍ଡର କ୍ୟାପ ଓ ବିଭିନ୍ନ ତୈଳ କମ୍ପାନୀର ପ୍ଲାଷ୍ଟିକ ସିଲ ମଧ୍ୟ ଜବତ କରାଯାଇଛି।

ସମ୍ପୃକ୍ତ ଅଞ୍ଚଳରେ ଦୀର୍ଘଦିନ ଧରି ଘରୋଇ ରନ୍ଧନ ଗ୍ୟାସ୍‌ ପାଇବାରେ ଉପଭୋକ୍ତାମାନେ ଅସୁବିଧା ଭୋଗୁଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଏହି ଅଭିଯୋଗକୁ ଆଧାର କରି ଯୋଗାଣ ବିଭାଗ ଚଢ଼ାଉ କରିଥିବା ଜଣାପଡ଼ିଛି। ଏତେ ସଂଖ୍ୟକ ସିଲିଣ୍ଡର କେଉଁ ଉଦ୍ଦେଶ୍ୟରେ ଗଚ୍ଛିତ ରଖାଯାଇଥିଲା ଏବଂ ଏହା ପଛରେ କାହାର ସମ୍ପୃକ୍ତି ରହିଛି, ସେନେଇ ବିଭାଗ ପକ୍ଷରୁ ତଦନ୍ତ ଜାରି ରହିଛି। ଜବତ ସିଲିଣ୍ଡର ଗୁଡ଼ିକୁ ସଂପୃକ୍ତ ବିଭାଗ ର ବିତରକ ଏଜେନ୍ସିକୁ ହସ୍ତାନ୍ତର କରାଯାଇଛି।

ଜିଲା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଘରୋଇ ଗ୍ୟାସ ସିଲିଣ୍ଡରର ବେଆଇନ ମହଜୁଦ ଓ ଅପବ୍ୟବହାର ରୋକିବା ସହ ଉପଭୋକ୍ତାଙ୍କୁ ନିୟମିତ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ଦିଗରେ ବିଭାଗର ଏହି କାର୍ଯ୍ୟାନୁଷ୍ଠାନକୁ ଗୁରୁତ୍ୱ ଦିଆଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?