ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ବୈଠକରେ ବିଭାଗୀୟ ବରିଷ୍ଠ ଅଧିକାରୀ,ନାଫେଡ ଅଧିକାରୀ, ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ ଉତ୍ତର ପ୍ରଦେଶରୁ ଧୀରେ ଧୀରେ ଆଳୁ ଆସିବା ପ୍ରକ୍ରିୟା ତ୍ୱାରନ୍ୱିତ ହୋଇଛି ଏବଂ ଏହା ଆଗାମୀ ଦିନରେ ବୃଦ୍ଧି ହେବ । ରାଜ୍ୟର ଅନେକ ସ୍ଥାନରେ ଉତ୍ତରପ୍ରଦେଶ ଆଳୁ ଉପଲବ୍ଧ ହେଉଛି । ଉତ୍ତରପ୍ରଦେଶରୁ ଆଳୁ ଭର୍ତ୍ତି ଟ୍ରକ ଗୁଡିକ ରାଜ୍ୟର ବିଭିନ୍ନ ବ୍ୟବସାୟିକ ସ୍ଥଳୀରେ ପହଞ୍ଚୁଥିବାରୁ ଉଭୟ ବ୍ୟବସାୟୀ ଓ ଖାଉଟି ମାନଙ୍କ ପାଇଁ ଆଶ୍ବସ୍ତି ଆଣି ଦେଇଥିବା ମନ୍ତ୍ରୀ କହିଛନ୍ତି । ଏହି ଆଳୁ ଉଚ୍ଚ ମାନଯୁକ୍ତ ଓ ଓଡିଶା ବଜାରକୁ ସୁହାଇବ। ଖାଉଟି ମାନଙ୍କ ସୁବିଧା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା ମନ୍ତ୍ରୀ ଶ୍ରୀ ପାତ୍ର ଉଲ୍ଲେଖ କରିଥିଲେ ।

ଆଳୁ ଯୋଗାଣକୁ ନେଇ ପଶ୍ଚିମବଙ୍ଗ ସରକାର ଅନେକ ସମୟରେ ଏଭଳି ମନମୁଖୀ କାର୍ଯ୍ୟ କରୁଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରୁଛନ୍ତି । ଏତଦବ୍ୟତୀତ ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶ ଓ ଅନ୍ୟାନ୍ୟ ରାଜ୍ୟରୁ ଆଳୁ ଆଣି ଓଡ଼ିଶାରେ ଉପଲବ୍ଧ କରେଇବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି । ଏଥି ନିମନ୍ତେ ଗୋଦାମ ମାଲିକ ଓ ବ୍ୟବସାୟୀ ମାନେ ସହଯୋଗ କରିବାକୁ ବୈଠକରେ ପରମର୍ଶ ଦିଆଯାଇଛି ।

ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ କହିଲେ ଯେ ଅନାବଶ୍ୟକ ଭାବେ ଦରଦାମ ବୃଦ୍ଧି କରୁଥିବା ଅସାଧୁ ବେପାରୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦରଦାମ ବୃଦ୍ଧି ନିୟନ୍ତ୍ରଣ ନେଇ ବିଭାଗ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି ।

ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ମଧୁସୂଦନ ବେହେରା, ନା୍ଫେଡ ଓଡିଶା ମୁଖ୍ୟ ଅନିନ୍ଦିତା ଗୁହା, ବିଭାଗୀୟ ଉପ ନିର୍ଦ୍ଦେଶକ ଦୀପକ ଶତପଥୀ, ଓଡିଶା ବ୍ୟବସାୟୀ ସଙ୍ଘ ମହାସଚିବ ସୁଧାକର ପଣ୍ଡା, ରାଜ୍ୟ ଶୀତଳ ଭଣ୍ଡାର ସଙ୍ଘ ସଭାପତି ରଞ୍ଜିତ କୁମାର ଵାଲା, ସାଧାରଣ ସମ୍ପାଦକ ଶୁଭେନ୍ଦୁ କୁମାର ସାହୁ, ଯୋଗାଣ ବିଭାଗ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?