କୋଟିଏ ଟଙ୍କା ବ୍ୟୟ ପରେ ବି ପାନୀୟ ଜଳ ଯୋଗାଣ ସ୍ବପ୍ନ

ନୂଆଗାଁ,୩।୪(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିଙ୍ଗାରପଲି ପଞ୍ଚାୟତରେ ପାନୀୟ ଜଳ ଯୋଗାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରତି ଗାଁକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ, କର୍ମଚାରୀଙ୍କ ଅପାରଗତା ଯୋଗୁ ସେହି ଅର୍ଥ ବ୍ୟୟର ସୁଫଳ ଜନସାଧାରଣ ପାଇ ପାରୁନାହାନ୍ତି। ଏପରି କି ଗ୍ରାମବାସୀଙ୍କ ତରଫରୁ ଜିଲାପାଳଙ୍କୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ପଞ୍ଚାୟତବାସୀ ଦର୍ଶାଇଛନ୍ତି।
ସୂଚନା ଅନୁଯାୟୀ, ନୂଆଗାଁ ବ୍ଲକର ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ ୨୦୧୭ ପଞ୍ଚାୟତ ନିର୍ବାଚନ ପରେ ପ୍ରଥମ ସମିତି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ଇତିମଧ୍ୟରେ ୬ ବର୍ଷ ବିତି ଯାଇଥିଲେ ବି ସେହି ସମସ୍ୟା ଦୂର ହୋଇ ପାରିନାହିଁ । ଏବେ ବି ଅଧିକାଂଶ ସ୍ଥାନରେ ଚୂଆ ପାଣିକୁ ଭରସା କରି ଲୋକମାନେ ଚଳୁଛନ୍ତି । ସିଙ୍ଗାରପଲି ପଞ୍ଚାୟତରେ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ୨୦୧୩ରେ ପମ୍ପ ହାଉସ ନିର୍ମାଣ ସହ କୂଅ ଖୋଳା ଯାଇଥିଲା । ସେଠାରୁ ଆମ୍ବପଡା, ଯୋଡାସାହି ଓ ନୂଆଗାଁ ଗ୍ରାମର ୫୦୦ ପରିବାକୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଓଭର ହେଡ୍‌ ଟାଙ୍କି ନିର୍ମାଣ ନିମନ୍ତେ ୭୫ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଥିଲା । ୨୦୧୮ ମାର୍ଚ୍ଚରେ ତତ୍କାଳୀନ ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକ ଓ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ଆମ୍ବପଡା ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ମନ୍ଥର ଗତିରେ କାମ ଚାଲିଥିଲା। ତଥାପି ଇତିମଧ୍ୟରେ ୧ ବର୍ଷ ହେଲା ଓଭରହେଡ୍‌ ଟାଙ୍କି ନିର୍ମାଣ ଶେଷ ହୋଇଥିଲେ ବି ତାହା କାର୍ଯ୍ୟକ୍ଷମ କରାଯାଇନାହିଁ। ଜଳ ଯୋଗାଣ କରିବାର ନାଁ ଧରୁ ନାହାନ୍ତି ବିଭାଗୀୟ ଅଧିକାରୀ । ପାଣି ଯୋଗାଇ ଦେବା ପାଇଁ ବିଛା ଯାଇଥିବା ପାଇପ୍‌ ସବୁ ଫାଟି ନଷ୍ଟ ହୋଇ ଗଲାଣି ବୋଲି ଅଭିଯୋଗ କରିଛନ୍ତି ଉକ୍ତ ପଞ୍ଚାୟତର ପ୍ରଦୀପ୍ତ କୁମାର ସାହୁ, ମୂରଲୀଧର ସାହୁଙ୍କ ସମେତ ବହୁ ଗ୍ରାମବାସୀ । ଏ ନେଇ ଗ୍ରାମବାସୀ ବାରମ୍ବାର ବିଭାଗୀୟ ଅଧିକାରୀମାନଙ୍କ ପାଖରେ ଗୁହାରୀ କରି ବିଫଳ ହେବାରେ ଜିଲାପାଳଙ୍କୁ ଭେଟିଥିଲେ। ଗତ ମାର୍ଚ୍ଚ ୨୦ ରେ ନୂଆଗାଁ ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିରରେ ଗ୍ରାମବାସୀ ଜିଲାପାଳ ରବିନ୍ଦ୍ର କୁମାର ସାହୁଙ୍କୁ ଲିଖିତ ଅଭିଯୋଗ କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ପାଇପ୍‌ ଯୋଗେ ପାନୀୟ ଜଳ ପାଇବା ଲୋକଙ୍କ ପାଇଁ ସ୍ବପ୍ନ ହୋଇ ରହିଛି । ଏ ସଂକ୍ରାନ୍ତରେ ଆମ୍ବପଡ଼ା ଗ୍ରାମ୍ୟଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ବାବଦରେ ଗ୍ରାମ୍ୟ ପରିମଳ ଓ ଜଳ ଯୋଗାଣ ଏସ୍‌ଡିଓ ରଶ୍ମିରଞ୍ଜନ ମାର୍ଥାଙ୍କୁ ପଚାରିବାରେ କାହିଁକି କାର୍ଯ୍ୟକ୍ଷମ ହେଉନି ଷ୍ଟାଫ୍‌ ପଠାଇ ଦେଖିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri