ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଯୋଗାଣ ସରିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୨.୫ କୋଟି ଖଣ୍ଡ ପାଠ୍ୟପୁସ୍ତକ ଓ ୧.୫ କୋଟି ଖଣ୍ଡ ଅନ୍ୟାନ୍ୟ ପାଠ୍ୟପୁସ୍ତକ ବିତରଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପାଠ୍ୟପୁସ୍ତକ ରାଜ୍ୟର ୩୧୪ ବ୍ଲକ୍‌କୁ ଯୋଗାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ଶେଷ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ କାର୍ଯ୍ୟାଳୟଠାରେ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଗଣଶିକ୍ଷା ବିଭାଗ ସଚିବ ଅଶ୍ୱତୀ ଏସ୍‌, ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ ଅନୁଷ୍ଠାନର ନିର୍ଦ୍ଦେଶକ ରଘୁରାମ ଆୟାର ଉପସ୍ଥିତ ରହିଥିଲେ। ପ୍ରଥମ ପର୍ଯ୍ୟାୟରେ ପୁରୀ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଜିଲା ସହିତ ଅନ୍ୟ ୧୫ଟି ବ୍ଲକ୍‌କୁ ପାଠ୍ୟ ପୁସ୍ତକ ଯୋଗାଇ ଦିଆଯାଇଛି। ଏହି କାର୍ଯ୍ୟ ମାର୍ଚ୍ଚ ସୁଦ୍ଧା ଶେଷ ହେବ। ଏହାଦ୍ୱାରା ଶିକ୍ଷାବର୍ଷ ଅର୍ଥାତ୍‌ ଏପ୍ରିଲ ଆରମ୍ଭରୁ ଓ ବିଦ୍ୟାଳୟ ଖୋଲିବା ପୂର୍ବରୁ ସମସ୍ତ ଛାତ୍ରୀଛାତ୍ରଙ୍କ ପାଖରେ ପୁସ୍ତକଗୁଡ଼ିକ ପହଞ୍ଚତ୍ପାରିବ। ଧାର୍ଯ୍ୟ ପାଠ୍ୟପୁସ୍ତକ ଉତ୍ପାଦନ ଓ ବିତରଣ ନିମନ୍ତେ ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ କାର୍ଯ୍ୟାଳୟ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛି ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri