ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଯୋଗାଣ ସରିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୨.୫ କୋଟି ଖଣ୍ଡ ପାଠ୍ୟପୁସ୍ତକ ଓ ୧.୫ କୋଟି ଖଣ୍ଡ ଅନ୍ୟାନ୍ୟ ପାଠ୍ୟପୁସ୍ତକ ବିତରଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପାଠ୍ୟପୁସ୍ତକ ରାଜ୍ୟର ୩୧୪ ବ୍ଲକ୍‌କୁ ଯୋଗାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ଶେଷ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ କାର୍ଯ୍ୟାଳୟଠାରେ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଗଣଶିକ୍ଷା ବିଭାଗ ସଚିବ ଅଶ୍ୱତୀ ଏସ୍‌, ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ ଅନୁଷ୍ଠାନର ନିର୍ଦ୍ଦେଶକ ରଘୁରାମ ଆୟାର ଉପସ୍ଥିତ ରହିଥିଲେ। ପ୍ରଥମ ପର୍ଯ୍ୟାୟରେ ପୁରୀ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଜିଲା ସହିତ ଅନ୍ୟ ୧୫ଟି ବ୍ଲକ୍‌କୁ ପାଠ୍ୟ ପୁସ୍ତକ ଯୋଗାଇ ଦିଆଯାଇଛି। ଏହି କାର୍ଯ୍ୟ ମାର୍ଚ୍ଚ ସୁଦ୍ଧା ଶେଷ ହେବ। ଏହାଦ୍ୱାରା ଶିକ୍ଷାବର୍ଷ ଅର୍ଥାତ୍‌ ଏପ୍ରିଲ ଆରମ୍ଭରୁ ଓ ବିଦ୍ୟାଳୟ ଖୋଲିବା ପୂର୍ବରୁ ସମସ୍ତ ଛାତ୍ରୀଛାତ୍ରଙ୍କ ପାଖରେ ପୁସ୍ତକଗୁଡ଼ିକ ପହଞ୍ଚତ୍ପାରିବ। ଧାର୍ଯ୍ୟ ପାଠ୍ୟପୁସ୍ତକ ଉତ୍ପାଦନ ଓ ବିତରଣ ନିମନ୍ତେ ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ କାର୍ଯ୍ୟାଳୟ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛି ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri