ହାରିସ୍‌ଙ୍କ ପ୍ରତି ବଢ଼ୁଛି ସମର୍ଥନ

ଓ୍ବାଶିଂଟନ,୨୩ା୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଦଳର ପ୍ରାର୍ଥତ୍ତ୍ୱ ଦୌଡ଼ରୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓହରିଯିବା ପରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ପ୍ରତି ସମର୍ଥନ ବଢ଼ିଛି। ବାଇଡେନ୍‌ ନିର୍ବାଚନ ଲଢ଼ିବେ ନାହିଁ ବୋଲି ରବିବାର ଘୋଷଣା କରିବା ସହ ହାରିସ୍‌ଙ୍କୁ ଡେମୋକ୍ରାଟିକ୍‌ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପୂର୍ଣ୍ଣ ସମର୍ଥନ ଜଣାଇଥିଲେ। ଅନ୍ୟ ଡେମୋକ୍ରାଟମାନେ ହାରିସ୍‌ଙ୍କ ପଛରେ ଛିଡ଼ା ହୋଇଛନ୍ତି। ରିପବ୍ଲିକାନ ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ତାଙ୍କ ରନିଂ ମେଟ୍‌ ଓହିଓ ସିନେଟର ଜେ.ଡି. ଭାନ୍ସଙ୍କୁ ହରାଇବା ପାଇଁ ପ୍ରଚାରକୁ ଜୋର୍‌ଦାର କରିବା ନିମନ୍ତେ ଡେମୋକ୍ରାଟମାନେ ଅଣ୍ଟା ଭିଡିଛନ୍ତି। ହାରିସ୍‌ଙ୍କୁ ଡେମୋକ୍ରାଟ ପ୍ରାର୍ଥୀ ଭାବେ ବରିଷ୍ଠ ନେତ୍ରୀ ତଥା ପୂର୍ବତନ ହାଉସ୍‌ ସ୍ପିକର ନାନ୍ସି ପେଲୋସି ସମର୍ଥନ ଜଣାଇଛନ୍ତି। ବାଇଡେନ୍‌ ନିର୍ବାଚନ ଦୌଡ଼ରୁ ଓହରିଯିବାକୁ ନିଷ୍ପତ୍ତି ନେଇଥିବାରୁ ପେଲୋସି ଏହାର ପ୍ରଶଂସା କରିଛନ୍ତି।
ହାରିସ ଇତିମଧ୍ୟରେ ପ୍ରଚାର ଆରମ୍ଭ କରିଦେଇଥିବାବେଳେ ତୃଣମୂଳ ସ୍ତରରୁ ଗୋଟିଏ ଦିନରେ ୪୯.୬ ନିୟୁତ ଡଲାର ଚାନ୍ଦା ସଂଗ୍ରହ କରିଥିବା କହିଛନ୍ତି। ପୂର୍ବରୁ ଯେଉଁ ଡେମୋକ୍ରାଟ୍‌ମାନେ ବାଇଡେନଙ୍କୁ ଚାନ୍ଦା ଦେବା ବନ୍ଦ କରିଦେଇଥିଲେ, ସେମାନେ ସହାୟତାର ହାତ ବଢ଼ାଇଛନ୍ତି। ଆମେରିକାର ହଜାର ହଜାର ଅଣଶ୍ୱେତାଙ୍ଗ ମହିଳା ଅନ୍‌ଲାଇନରେ ଆଲୋଚନା କରି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ କମଲା ହାରିସ୍‌ଙ୍କୁ ସମର୍ଥନ ଦେବାକୁ ଆଗେଇ ଆସିଛନ୍ତି। ୫୯ ବର୍ଷୀୟା ହାରିସ୍‌ ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ହେବାରେ ପ୍ରଥମ ଅଶଶ୍ୱେତାଙ୍ଗ ମହିଳା ତଥା ପ୍ରଥମ ଏସୀୟ-ଆମେରିକୀୟ ହେବାକୁ ଯାଉଛନ୍ତି। ରାଷ୍ଟ୍ରପତି ବାଇଡେନ୍‌ଙ୍କ ସମର୍ଥନ ତାଙ୍କୁ ଗୌରବାନ୍ବିତ କରିଥିବା ହାରିସ୍‌ କହିଛନ୍ତି।
ସୂଚନାଯୋଗ୍ୟ, ବୟସାଧିକ୍ୟ ଏବଂ ମତିଭ୍ରମ ଯୋଗୁ ବାଇଡେନ୍‌ ବାରମ୍ବାର ଭୁଲ୍‌ ମନ୍ତବ୍ୟ ଦେଉଥିବାରୁ ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରାର୍ଥୀ ଟ୍ରମ୍ପ୍‌ ତାଙ୍କୁ ସବୁବେଳେ ଟାର୍ଗେଟ କରୁଥିଲେ। ଶାସକ ଡେମୋକ୍ରାଟିକ୍‌ ପାର୍ଟିରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତାରୁ ଓହରିଯିବା ପାଇଁ ବାଇଡେନ୍‌ଙ୍କ ଉପରେ ଚାପ ବଢ଼ିବାରେ ଲାଗିଥିଲା। ଶେଷରେ ସେ ପ୍ରବଳ ଚାପ ଆଗରେ ମୁଣ୍ଡ ନୁଆଁଇ ପ୍ରତିଦ୍ୱନ୍ଦ୍ୱିତାରୁ ଓହରିଯିବା ପାଇଁ ରବିବାର ଘୋଷଣା କରିଥିଲେ। ଆମେରିକା ଓ ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ବାଇଡେନ୍‌ ଡେମୋକ୍ରାଟିକ୍‌ ରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱରୁ ଓହରିଯିବାକୁ ନିଷ୍ପତ୍ତି ନେଇଥିବାରୁ ବିଶ୍ୱ ନେତାମାନେ ତାଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri