ବଢୁଛି ସଞ୍ଜୟ ଦାସବର୍ମାଙ୍କ ପ୍ରତି ସମର୍ଥନ

ପୁରୀ/ସାକ୍ଷୀଗୋପାଳ, ୪ା୪(ଅଜିତ୍‌ ମହାନ୍ତି/ଭରତ ରାଉତ)ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ସତ୍ୟବାଦୀ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା ସଞ୍ଜୟ କୁମାର ଦାସବର୍ମାଙ୍କ ଉପରେ ଆସ୍ଥା ପ୍ରକଟ କରି ଭାଜପା ଏବଂ କଂଗ୍ରେସର ବହୁ କର୍ମୀ ଦଳ ଛାଡି ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ହଲିଡେ ରିସୋର୍ଟଠାରେ ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ସତ୍ୟବାଦୀ ବ୍ଲକ ଭାଜପା ସମର୍ଥତ୍ତ ୩୧ନଂ ଜୋନ ଜିଲା ପରିଷଦ ପ୍ରାର୍ଥୀ ଜାନକୀ ବରାଳ, ଜୟପୁରର ପୂର୍ବତନ ସରପଞ୍ଚ ବିଶ୍ୱଜିତ ମହାପାତ୍ର, ସୁକଳର ପୂର୍ବତନ ସରପଞ୍ଚ ବିଜୟ ମହାନ୍ତି, ମଧୁବନ ପୂର୍ବତନ ସମିତି ସଭ୍ୟ ସାବିତ୍ରୀ ବରାଳ, ପୂର୍ବତନ ସମିତି ସଭ୍ୟ ପ୍ରମୋଦ କୁମାର ବରାଳ, ଆଶିଷ କୁମାର ଶତପଥି, ଭାଜପା ନେତା ଅର୍ଜୁନ କୁମାର ମହାପାତ୍ର, ରାଜକିଶୋର ମହାପାତ୍ର, ନୂଆ ସୋମେଶ୍ୱରପୁରର ସୁନିଲ ମିଶ୍ର ବିଜେଡିରେ ଯୋଗଦାନ କରିଛନ୍ତି। ସେହିପରି କଣାସ ବ୍ଲକ ଗଡ଼ବଡ଼ପୁଟ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦିଲୀପ ପଲେଇ, ଗଡ଼ବଡ଼ପୁଟର ପୂର୍ବତନ କଂଗ୍ରେସ ସଭାପତି ରାଜକିଶୋର ପରିଡ଼ା, କୃଷ୍ଣମୋହନ ଛୋଟରାୟ, ଅଭିଷେକ ମହାନ୍ତି, ସମ୍ପଦ ସାମନ୍ତରାୟ, ସୁନିଲ ସାହୁ, ବୁଲୁ ସାହୁ, ନାଗାର୍ଜୁନ ସେନାପତି, ଦୁଃଶାସନ ମାଝୀ, ଭାଜପା ନେତା ବଳିଆ ଜେନା, ବିଚି ଜେନା, ବୈଦ୍ୟନାଥ ମାଝୀଙ୍କ ସମେତ ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ବିଜେଡିରେ ମିଶିଛନ୍ତି। ଏହି ମିଶ୍ରଣ ପର୍ବରେ ସତ୍ୟବାଦୀ ବ୍ଲକ ବିଜେଡି ସଭାପତି ପ୍ରମୋଦ ରାଉତରାୟ, ବ୍ଲକ ଅଧ୍ୟକ୍ଷ ସୁନିଲ ପଣ୍ଡା, ପୂର୍ବତନ ଅଧ୍ୟକ୍ଷ ପ୍ରେମାନନ୍ଦ ବେହେରା, ଉପାଧ୍ୟକ୍ଷଙ୍କ ପ୍ରତିନିଧି ପ୍ରକାଶ ପ୍ରଧାନ, ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ରାୟ, କଣାସ ବ୍ଲକ ବିଜେଡି ସଭାପତି ସୁରେଶ ସାହୁ, ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ରାଉତ ଏବଂ ସତ୍ୟବାଦୀ ବ୍ଲକ ବିଜେଡି ନେତା ବୁଲୁ ଶତପଥି ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri