ବରଗଡ଼,୧୭ା୭(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର ଫକୀର ମୋହନ (ଏଫ୍ଏମ୍) ସ୍ବୟଂଶାସିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ ତେଜି ଉଠିଛି। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ନ୍ୟାୟିକ ତଦନ୍ତ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବରଖାସ୍ତ ଆଦି ଦାବି ନେଇ ଗୁରୁବାର କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦ ଡାକରାକୁ ବରଗଡ଼ ଜିଲାରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଜରୁରୀକାଳୀନ ସେବା ବ୍ୟତୀତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଯାନବାହନ ଚଳାଚଳ ବନ୍ଦ ରହିଥିବାରୁ ରାସ୍ତାଘାଟ ଶୂନଶାନ୍ ହୋଇପଡ଼ିଛି। କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଥିବା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପଇଁତରା ମାରୁଥିବା ପରିଲକ୍ଷିତ ହୋଇଛି।