ଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରା

ମହାକାଳପଡ଼ା, ୯ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଭିନ୍ନକ୍ଷମମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଏହି ଯୋଜନା ଅପହଞ୍ଚ ହୋଇଛି। ଜନଜାତିଙ୍କ ବିକାଶ ଓ ସମାଜର ମୁଖ୍ୟସ୍ରୋତରେ ଏମାନଙ୍କୁ ସାମିଲ କରିବାକୁ ସରକାର ବ୍ୟବସ୍ଥା କରୁଥିଲେ ମଧ୍ୟ ପ୍ରଶାସନିକ ଆନ୍ତରିକତାର ଅଭାବ ଯୋଗୁ ଜନ କଲ୍ୟାଣ ଯୋଜନାରୁ ଜନଜାତି ବର୍ଗର ଭିନ୍ନକ୍ଷମଙ୍କୁ ହଇରାଣ ହେବାକୁ ପଡ଼ିଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳୁଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ପେଟ୍‌ଛେଲା ପଞ୍ଚାୟତ ଆଖୁଗଡ଼ା ଆଦିବାସୀ ପଡ଼ାର ୪୮ ବର୍ଷୀୟ ଅବିବାହିତ ଜଗନ୍ନାଥ ମାଝୀଙ୍କ କ୍ଷେତ୍ରରେ। ଶିଶୁବେଳରୁ ମା’ବାପା ଭିନ୍ନକ୍ଷମ ଜଗନ୍ନାଥଙ୍କୁ କୋଳେଇ କାଖେଇ ସ୍ନେହ ଶ୍ରଦ୍ଧା ଯତ୍ନ କରିଥିଲେ। ମା’ବାପାଙ୍କ ପରେ ସେ ବେସାହାରା ହୋଇପଡ଼ିଛନ୍ତି। ଏବେ ସେ ବାଉଁଶ ବାଡ଼ି ସାହାରାରେ ଯାତାୟାତ କରୁଛନ୍ତି। ସରକାରୀ ଯୋଜନା ଭାବେ ମାସକୁ ୫ କିଲୋ ଚାଉଳକୁ ଛାଡ଼ିଦେଲେ ଆଉ କିଛି ସମ୍ବଳ ଜଗନ୍ନାଥଙ୍କ ପାଖରେ ନାହିଁ। ଆବାସ ଗୃହ ପାଇବାକୁ ବାରମ୍ବାର ଦୌଡ଼ି ଶେଷରେ ନିରାଶ ହେବାକୁ ପଡ଼ିଛି। ସରକାରଙ୍କ ପକ୍ଷରୁ ଏକ ଟ୍ରାଇ ସାଇକେଲ, ଆବାସ ଯୋଜନାରେ ପକ୍କାଘର ଓ ଭିନ୍ନକ୍ଷମ ଯୋଜନାରେ କିଛି ଆର୍ଥିକ ସହାୟତା ଯୋଗାଇଦେଲେ ନିଜେ ଆତ୍ମ ନିର୍ଭରଶୀଳ ହେବେ। ଯଦି ଜିଲା ପ୍ରଶାସନ ମୋ ଦୁଃଖ ନ ବୁଝିବେ, ମୁଖ୍ୟମନ୍ତ୍ରୀ ପାଖକୁ ଚିଠି ଲେଖିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri