ଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରା

ମହାକାଳପଡ଼ା, ୯ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଭିନ୍ନକ୍ଷମମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଏହି ଯୋଜନା ଅପହଞ୍ଚ ହୋଇଛି। ଜନଜାତିଙ୍କ ବିକାଶ ଓ ସମାଜର ମୁଖ୍ୟସ୍ରୋତରେ ଏମାନଙ୍କୁ ସାମିଲ କରିବାକୁ ସରକାର ବ୍ୟବସ୍ଥା କରୁଥିଲେ ମଧ୍ୟ ପ୍ରଶାସନିକ ଆନ୍ତରିକତାର ଅଭାବ ଯୋଗୁ ଜନ କଲ୍ୟାଣ ଯୋଜନାରୁ ଜନଜାତି ବର୍ଗର ଭିନ୍ନକ୍ଷମଙ୍କୁ ହଇରାଣ ହେବାକୁ ପଡ଼ିଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳୁଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ପେଟ୍‌ଛେଲା ପଞ୍ଚାୟତ ଆଖୁଗଡ଼ା ଆଦିବାସୀ ପଡ଼ାର ୪୮ ବର୍ଷୀୟ ଅବିବାହିତ ଜଗନ୍ନାଥ ମାଝୀଙ୍କ କ୍ଷେତ୍ରରେ। ଶିଶୁବେଳରୁ ମା’ବାପା ଭିନ୍ନକ୍ଷମ ଜଗନ୍ନାଥଙ୍କୁ କୋଳେଇ କାଖେଇ ସ୍ନେହ ଶ୍ରଦ୍ଧା ଯତ୍ନ କରିଥିଲେ। ମା’ବାପାଙ୍କ ପରେ ସେ ବେସାହାରା ହୋଇପଡ଼ିଛନ୍ତି। ଏବେ ସେ ବାଉଁଶ ବାଡ଼ି ସାହାରାରେ ଯାତାୟାତ କରୁଛନ୍ତି। ସରକାରୀ ଯୋଜନା ଭାବେ ମାସକୁ ୫ କିଲୋ ଚାଉଳକୁ ଛାଡ଼ିଦେଲେ ଆଉ କିଛି ସମ୍ବଳ ଜଗନ୍ନାଥଙ୍କ ପାଖରେ ନାହିଁ। ଆବାସ ଗୃହ ପାଇବାକୁ ବାରମ୍ବାର ଦୌଡ଼ି ଶେଷରେ ନିରାଶ ହେବାକୁ ପଡ଼ିଛି। ସରକାରଙ୍କ ପକ୍ଷରୁ ଏକ ଟ୍ରାଇ ସାଇକେଲ, ଆବାସ ଯୋଜନାରେ ପକ୍କାଘର ଓ ଭିନ୍ନକ୍ଷମ ଯୋଜନାରେ କିଛି ଆର୍ଥିକ ସହାୟତା ଯୋଗାଇଦେଲେ ନିଜେ ଆତ୍ମ ନିର୍ଭରଶୀଳ ହେବେ। ଯଦି ଜିଲା ପ୍ରଶାସନ ମୋ ଦୁଃଖ ନ ବୁଝିବେ, ମୁଖ୍ୟମନ୍ତ୍ରୀ ପାଖକୁ ଚିଠି ଲେଖିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?