ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ

ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବାଦନୁବାଦ ଲାଗି ରହିଛି। ଏପରିସ୍ଥଳରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ବେଦାନ୍ତ କମ୍ପାନୀକୁ ସିଜିମାଳି ବକ୍ସାଇଟ ଖଣି ଲିଜ୍‌ ଦେବା ନେଇ ବୁଧବାର ପରିବେଶ ମଞ୍ଜୁରୀ ସମ୍ବନ୍ଧୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣିରେ ଖଣି ପ୍ରଭାବିତ ଥୁଆମୂଳ ରାମପୁର ବ୍ଲକ କେରପାଇ, ନାକରୁଣ୍ଡି, ତଳଆମପଦର ପଞ୍ଚାୟତର ୧୮ଟି ଗ୍ରାମରୁ ବହୁ ଲୋକ ଉପସ୍ଥିତ ରହି ଖଣି ଖନନ ନେଇ ମତ ରଖିଥିଲେ। ଖଣିକୁ ନେଇ ଉଭୟ ବିପକ୍ଷ ଓ ସପକ୍ଷରେ ଅଞ୍ଚଳବାସୀ ମତ ରଖିଥିଲେ। ଖଣି ଖନନ ହେଲେ ଅଞ୍ଚଳର ବହୁ ଆଦିବାସୀଙ୍କ ଜୀବନ ଜୀବିକା ନଷ୍ଟ ହେବ ବୋଲି ଲୋକ କହିଛନ୍ତି।
ଅପରପକ୍ଷରେ ଖଣି ଖନନ ସପକ୍ଷରେ ମତ ରଖି କିଛି ଲୋକ କହିଥିଲେ ଯେ, ସମସ୍ତ ଘର ଲୋକଙ୍କୁ ଚାକିରି ଦେବା ପାଇଁ ପ୍ରଥମେ ଏଗ୍ରିମେଣ୍ଟ କମ୍ପାନୀ କରୁ, ତା ପରେ ଆମେ ଜଙ୍ଗଲ ଛାଡ଼ିବୁ। ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀ ଅଶୋକ ଭୋଇଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପସ୍ଥିତ ଅଞ୍ଚଳବାସୀଙ୍କ ମିଶ୍ର ସ୍ବର ଶୁଣିବାକୁ ମିଳିଥିଲା। ଜନଶୁଣାଣିର ସମସ୍ତ ରିପୋର୍ଟ ରାଜ୍ୟ ସରକାରଙ୍କୁ ପଠାଇ ଦିଆଯିବ। ଏହି ତଥ୍ୟ ଉପରେ ସରକାର ଯାହା ନିଷ୍ପତ୍ତି ଗ୍ରହଣ କରିବେ ବୋଲି ଅତିରିକ୍ତ ଜିଲାପାଳ ଦରୱାନ ପ୍ରକାଶ କରିଥିଲେ। ସୁରକ୍ଷା ଦୃଷ୍ଟିରୁ ପୋଲିସ ପକ୍ଷରୁ ୨୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିବାବେଳେ ଘଟଣାସ୍ଥଳରେ କଳାହାଣ୍ଡି ଏସପି ଅଭିଳାଷ ଜି.ଙ୍କ ସମେତ ୩ଜଣ ଅତିରିକ୍ତ ଏସପି, ୩ ଡିଏସପି ଓ ବିଭିନ୍ନ ଥାନାର ଆଇଆଇସି, ଏସଆଇ, ଏଏସଆଇ ଉପସ୍ଥିତ ଥିଲେ। ପ୍ରଶାସନ ପକ୍ଷରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଭବାନୀପାଟଣା ଉପଜିଲାପାଳ ଡା. ବିଶ୍ୱଜିତ ଦାସ, କଳାହାଣ୍ଡି ତହସିଲଦାର ଉପେନ୍ଦ୍ର ଲୁହା, ଥୁଆମୂଳ ରାମପୁର ତହସିଲଦାର ଚିନ୍ମୟ ନାଏକ, ବିଡିଓ ଶୁଭକାନ୍ତ ନାୟକ, ଜୁନାଗଡ଼ ବିଡିଓ ଦେବାଶିଷ କରଙ୍କ ସମେତ ଅନ୍ୟ ବ୍ଲକ ତହସିଲଦାର ଓ ବିଡିଓମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri