ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ

ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବାଦନୁବାଦ ଲାଗି ରହିଛି। ଏପରିସ୍ଥଳରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ବେଦାନ୍ତ କମ୍ପାନୀକୁ ସିଜିମାଳି ବକ୍ସାଇଟ ଖଣି ଲିଜ୍‌ ଦେବା ନେଇ ବୁଧବାର ପରିବେଶ ମଞ୍ଜୁରୀ ସମ୍ବନ୍ଧୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣିରେ ଖଣି ପ୍ରଭାବିତ ଥୁଆମୂଳ ରାମପୁର ବ୍ଲକ କେରପାଇ, ନାକରୁଣ୍ଡି, ତଳଆମପଦର ପଞ୍ଚାୟତର ୧୮ଟି ଗ୍ରାମରୁ ବହୁ ଲୋକ ଉପସ୍ଥିତ ରହି ଖଣି ଖନନ ନେଇ ମତ ରଖିଥିଲେ। ଖଣିକୁ ନେଇ ଉଭୟ ବିପକ୍ଷ ଓ ସପକ୍ଷରେ ଅଞ୍ଚଳବାସୀ ମତ ରଖିଥିଲେ। ଖଣି ଖନନ ହେଲେ ଅଞ୍ଚଳର ବହୁ ଆଦିବାସୀଙ୍କ ଜୀବନ ଜୀବିକା ନଷ୍ଟ ହେବ ବୋଲି ଲୋକ କହିଛନ୍ତି।
ଅପରପକ୍ଷରେ ଖଣି ଖନନ ସପକ୍ଷରେ ମତ ରଖି କିଛି ଲୋକ କହିଥିଲେ ଯେ, ସମସ୍ତ ଘର ଲୋକଙ୍କୁ ଚାକିରି ଦେବା ପାଇଁ ପ୍ରଥମେ ଏଗ୍ରିମେଣ୍ଟ କମ୍ପାନୀ କରୁ, ତା ପରେ ଆମେ ଜଙ୍ଗଲ ଛାଡ଼ିବୁ। ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀ ଅଶୋକ ଭୋଇଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପସ୍ଥିତ ଅଞ୍ଚଳବାସୀଙ୍କ ମିଶ୍ର ସ୍ବର ଶୁଣିବାକୁ ମିଳିଥିଲା। ଜନଶୁଣାଣିର ସମସ୍ତ ରିପୋର୍ଟ ରାଜ୍ୟ ସରକାରଙ୍କୁ ପଠାଇ ଦିଆଯିବ। ଏହି ତଥ୍ୟ ଉପରେ ସରକାର ଯାହା ନିଷ୍ପତ୍ତି ଗ୍ରହଣ କରିବେ ବୋଲି ଅତିରିକ୍ତ ଜିଲାପାଳ ଦରୱାନ ପ୍ରକାଶ କରିଥିଲେ। ସୁରକ୍ଷା ଦୃଷ୍ଟିରୁ ପୋଲିସ ପକ୍ଷରୁ ୨୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିବାବେଳେ ଘଟଣାସ୍ଥଳରେ କଳାହାଣ୍ଡି ଏସପି ଅଭିଳାଷ ଜି.ଙ୍କ ସମେତ ୩ଜଣ ଅତିରିକ୍ତ ଏସପି, ୩ ଡିଏସପି ଓ ବିଭିନ୍ନ ଥାନାର ଆଇଆଇସି, ଏସଆଇ, ଏଏସଆଇ ଉପସ୍ଥିତ ଥିଲେ। ପ୍ରଶାସନ ପକ୍ଷରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଭବାନୀପାଟଣା ଉପଜିଲାପାଳ ଡା. ବିଶ୍ୱଜିତ ଦାସ, କଳାହାଣ୍ଡି ତହସିଲଦାର ଉପେନ୍ଦ୍ର ଲୁହା, ଥୁଆମୂଳ ରାମପୁର ତହସିଲଦାର ଚିନ୍ମୟ ନାଏକ, ବିଡିଓ ଶୁଭକାନ୍ତ ନାୟକ, ଜୁନାଗଡ଼ ବିଡିଓ ଦେବାଶିଷ କରଙ୍କ ସମେତ ଅନ୍ୟ ବ୍ଲକ ତହସିଲଦାର ଓ ବିଡିଓମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?