ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଆଶା ଆଶଙ୍କା ସେତିକି ବଢ଼ୁଛି। ତେଣୁ ମଙ୍ଗଳବାର ଅନୁଗୋଳ ନିର୍ବାଚନମଣ୍ଡଳୀର କେତେଜଣ ଦଳୀୟ ନେତା ଓ ସମର୍ଥକଙ୍କୁ ନେଇ ବିଧାୟକ ସିଂହ ତାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ମେଳି କରିବା ସହ ଟିକେଟ୍‌ ହାତେଇବାକୁ ପ୍ରୟାସ କରିଥିଲେ। ତୁରନ୍ତ ଟିକେଟ ଘୋଷଣା କରିବାକୁ ସମର୍ଥକମାନେ କରିଥିଲେ। ଯଦି ରଜନୀକାନ୍ତଙ୍କ ଟିକେଟ କଟେ ତେବେ ବିଜେଡି ଉପରେ ନିଶ୍ଚିତ ପ୍ରଭାବ ପଡ଼ିବ ଏବଂ ସାମୂହିକ ଇସ୍ତଫା ଦେବେ ବୋଲି ଅନୁଗୋଳ ପୌରପାଳିକା କାଉନସିଲରମାନେ ଚେତାବନୀ ଦେଇଥିଲେ। ହେଲେ ଏପରି ଉଦ୍ୟମ ସତ୍ତ୍ୱେ ରଜନୀକାନ୍ତଙ୍କୁ ଦଳ ପକ୍ଷରୁ ନିର୍ଭର ପ୍ରତିଶ୍ରୁତି ମିଳି ନ ଥିବା କୁହାଯାଉଛି। ଏପରି କି ଶଙ୍ଖଭବନ କି ନବୀନ ନିବାସ ଯାଇ ଦାବି ଜଣାଇବାକୁ ଅନୁମତି ଦିଆଯାଇ ନାହିଁ। ତେବେ ଏହି ମେଳି ଖବରପାଇ ଘଟଣାସ୍ଥଳକୁ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆସିଥିଲେ ହେଁ କେବଳ ଆଶ୍ୱାସନା ଦେଇଥିବା ଚର୍ଚ୍ଚା ହେଉଛି। ଫଳରେ ରଜନୀକାନ୍ତଙ୍କ ସମର୍ଥକମାନେ ନିରାଶ ହୋଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri