Posted inଜାତୀୟ

ସମର୍ଥକ ମୁହାଁମୁହିଁ

ଚେନ୍ନାଇ, ୧୨ା୭: ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଦଳର ସାଧାରଣ ସମ୍ପାଦକ ନିଯୁକ୍ତ ହେବା ପରେ ପାଲାନିସ୍ବାମୀ ଓପିଏସ୍‌ଙ୍କୁ ଟାର୍ଗେଟ କରିଥିଲେ। ଇପିଏସ୍‌ କହିଥିଲେ, ପନିରସେଲଭମ୍‌ ସର୍ବଦା ଦଳ ପାଇଁ ତ୍ୟାଗ କରିଥିବା ପ୍ରଚାର କରୁଛନ୍ତି। କିନ୍ତୁ ସେ କ’ଣ କରିଛନ୍ତି। ପାର୍ଟି ପାଇଁ ଆମେ ହିଁ ବଳିଦାନ ଦେଇଛୁ ବୋଲି ଇପିଏସ୍‌ କହିଥିଲେ। ପାଲାନିସ୍ବାମୀଙ୍କ ଏହି ମନ୍ତବ୍ୟକୁ ନେଇ ଦୁଇ ନେତାଙ୍କ ସମର୍ଥକ ମୁହାଁମୁହିଁ ହୋଇଥିଲେ। ରୋୟାପେଟ୍ଟା ସ୍ଥିତ ଦଳୀୟ କାର୍ଯ୍ୟାଳୟ ମଧ୍ୟକୁ ପଶି ସେମାନେ ଭଙ୍ଗାରୁଜା କରିବା ସହ ପରସ୍ପର ଉପରକୁ ଚେୟାର, ଢେଲାମାଡ଼ କରିଥିଲେ। ଏଥିରେ ଓପିଏସ୍‌ଙ୍କ ସମର୍ଥକ ତଥା କୋଲଥପୁର ଜିଲା ସମ୍ପାଦକ କ୍ରିଷ୍ଣାମୂର୍ତ୍ତିଙ୍କ ସମେତ ଅନେକ ଆହତ ହୋଇଛନ୍ତି। ଉଭୟଙ୍କ ସମର୍ଥକ ସେଠାରେ ପୋଷ୍ଟର, ବ୍ୟାନର ଆଦି ଚିରିବା ସହ ସେଥିରେ ନିଆଁ ଲଗାଇ ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା। ଆଇନଶୃଙ୍ଖଳା ଦୃଷ୍ଟିରୁ ସ୍ଥାନୀୟ ପ୍ରଶାସନ ଏଆଇଏଡିଏମ୍‌କେ ମୁଖ୍ୟାଳୟକୁ ସିଲ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri