ଏଲେକ୍ସି ନଭାଲନିଙ୍କ ମୁକ୍ତି ପାଇଁ ମାଇନସ୍ ୫୦ ଡିଗ୍ରୀରେ ପ୍ରଦର୍ଶନ କଲେ ସମର୍ଥକ

ମସ୍କୋ,୨୪ ।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଆଲୋଚନା ଓ ବିରୋଧୀ ନେତା ଏଲେକ୍ସି ନଭାଲନିଙ୍କ ସମର୍ଥକ ଓ ପୋଲିସ ମଧ୍ୟରେ ଶନିବାର ଟଣାଭିଡା ହୋଇଯାଇଛି । ଯାହାକୁ ବିଭିନ୍ନ ନେତା ନିନ୍ଦା କରିଛନ୍ତି । ଏହି ପ୍ରଦର୍ଶନ ସମୟରେ ପୋଲିସ ପ୍ରଦର୍ଶନକାରୀଙ୍କୁ ପିଟିବା ଓ ଘୋଷାଡି ଘୋଷାଡି ନେବା ଦେଖାଯାଇଥିଲା । କେତେକ ସ୍ଥାନରେ ମାଇନସ୍ ୫୦ ଡିଗ୍ରୀ ତାପମାତ୍ରାରେ ବି ହଜାର ହଜାର ଲୋକ ବିରୋଧ ପ୍ରଦର୍ଶନରେ ଭାଗ ନେଇଥିବା ଦେଖାଯାଇଥିଲା । ଏହା ପୁଟିନଙ୍କ ବିରୋଧରେ ସବୁଠାରୁ ବଡ ପ୍ରଦର୍ଶନ ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ସରକାରଙ୍କ ବିରୋଧରେ ଶନିବାର ୭୦ ସହରରେ ବିରୋଧୀ ପ୍ରଦର୍ଶନ କରୁଥିବା ଦେଖାଯାଇଥିଲା । ଏହି ପ୍ରଦର୍ଶନ ବିରୋଧୀ ନେତା ଏଲେକ୍ସି ନଭାଲନିଙ୍କୁ ଜେଲ୍‌ରେ ବନ୍ଦ କରିବାକୁ ନେଇ ହୋଇଥିଲା । ନଭାଲନି ଗତବର୍ଷ ଅଗଷ୍ଟରେ ରୁଷିଆରେ ହୋଇଥିବା ଜୀବନ ନେବାଭଳି ନର୍ଭ ଏଜେଣ୍ଡ ଆକ୍ରମଣ (ବିଷ ଦେଇ ମାରିବାକୁ ଉଦ୍ୟମ) ପରେ ବର୍ଲିନରେ ରିକଭର କରୁଥିଲେ । ସେ ନିକଟରେ ରୁଷିଆ ଫେରିଥିବା ବେଳେ ତାଙ୍କୁ ପୁଣିଥରେ ଜେଲକୁ ନିଆଯାଇଥିଲା । ସୂଚନାଯୋଗ୍ୟ, ନଭେଲନି ପୁଟିନଙ୍କର ହାଇ ପ୍ରୋଫାଇଲ ଆଲୋଚକ । ଶନିବାର ହୋଇଥିବା ପ୍ରଦର୍ଶନରେ ତାଙ୍କ ୪୪ ବର୍ଷିୟା ପତ୍ନୀ ୟୁଲିୟା ନଭଲନିଙ୍କ ସମେତ ପ୍ରାୟ ୩,୪୦୦ ଲୋକଙ୍କୁ ଗିରଫ କରାଯାଇ ଜେଲ୍ ପଠାଇ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା ଚେଷ୍ଟା….

ନୂଆଦିଲ୍ଲୀ,୨୨ା୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…

ମୁନିଗୁଡା,୨୨।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri