Posted inଜାତୀୟ

ବିହାର ସରକାରଙ୍କୁ ମୂଳ ରେକର୍ଡ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦ା୫(ପି.ଟି.): ୧୯୯୪ରେ ବିହାର ଗୋପାଳଗଞ୍ଜ ଜିଲାପାଳ ଜି. କ୍ରିଷ୍ଣେୟାଙ୍କୁ ହତ୍ୟା ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନଙ୍କ ଦଣ୍ଡ କୋହଳ କରାଯାଇ ଅବଧି ପୂର୍ବରୁ ମୁକ୍ତ କରାଯିବା ଘଟଣାରେ ସୁପ୍ରିମକୋର୍ଟ ବିହାର ସରକାରଙ୍କୁ ଜବାବ ମାଗିଛନ୍ତି। ଆନନ୍ଦ ମୋହନଙ୍କ ଦଣ୍ଡ କୋହଳ କରାଯିବା ସମ୍ପର୍କିତ ସମସ୍ତ ମୂଳ ରେକର୍ଡ ଦାଖଲ କରିବା ପାଇଁ ଶୁକ୍ରବାର ସର୍ବୋଚ୍ଚ ଅଦାଲତ ରାଜ୍ୟ ସରକାରଙ୍କୁ କହିଛନ୍ତି। ମାମଲାର ଶୁଣାଣିକୁ ଅଧିକ ଦିନ ସ୍ଥଗିତ ରଖାଯାଇପାରିବ ନାହିଁ ବୋଲି ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ ବିହାର ସରକାରଙ୍କ ଓକିଲ ମନୀଷ କୁମାରଙ୍କୁ କହିବା ସହ ତୁରନ୍ତ ସମସ୍ତ ରେକର୍ଡ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରେକର୍ଡ ଦାଖଲ ପାଇଁ ମନୀଷ ସମୟ ଚାହିଁବାରୁ ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୮କୁ ଧାର୍ଯ୍ୟ କରାଯାଇଛି। ଆନନ୍ଦ ମୋହନଙ୍କୁ ଜେଲ୍‌ରୁ ମୁକ୍ତ କରାଯିବା ଘଟଣାକୁ କ୍ରିଷ୍ଣେୟାଙ୍କ ସ୍ତ୍ରୀ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri