ପ୍ରବାସୀ ଶିଶୁଙ୍କ ସଂଖ୍ୟା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୪: ଦେଶବ୍ୟାପୀ କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଦୁଃଖ ବହୁଗୁଣିତ ହେବାରେ ଲାଗିଛି। ଗତବର୍ଷ ଲକ୍‌ଡାଉନ୍‌ ବେଳେ ମହାମାରୀ ପ୍ରବାସୀ ପରିବାରଗୁଡ଼ିକର ଦୁର୍ଦ୍ଦଶା ବଢ଼ାଇଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରବାସୀଙ୍କ ଛୋଟ ଛୋଟ ପିଲାଙ୍କ ସଂଖ୍ୟା କେତେ ଓ ସେମାନେ କେଉଁ ସ୍ଥିତିରେ ଅଛନ୍ତି ସେନେଇ ରାଜ୍ୟଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ରିପୋର୍ଟ ମାଗିଛନ୍ତି। କରୋନା ମହାମାରୀ ସମୟରେ ପ୍ରବାସୀ ଶିଶୁଙ୍କ ମୌଳିକ ଅଧିକାରଗୁଡ଼ିକର ସୁରକ୍ଷା ନିମନ୍ତେ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ଚାଇଲ୍ଡ ରାଇଟ୍ସ ଟ୍ରଷ୍ଟ ଏବଂ ବେଙ୍ଗାଲୁରୁର ଜଣେ ବାସିନ୍ଦାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଜୟନା କୋଠାରୀ ଏକ ପିଟିଶନ ଦାଏର କରିଥିଲେ। ଗତବର୍ଷ ମହାମାରୀ ପ୍ରଭାବର ଗମ୍ଭୀରତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଥିତ୍ବାବେଳେ ପ୍ରବାସୀଙ୍କ ପିଲାମାନେ ସର୍ବାଧିକ ପ୍ରଭାବିତ ହୋଇଥିଲେ। ପ୍ରବାସୀ ଶିଶୁଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ପୁଷ୍ଟିକର ଖାଦ୍ୟ ଭଳି ମୌଳିକ ଅଧିକାର ସୁନିଶ୍ଚିତ କରିବା ଲାଗି ଉପଯୁକ୍ତ ନିର୍ଦ୍ଦେଶନାମା ଜାରି ପାଇଁ ଆବେଦନକାରୀ ଅନୁରୋଧ କରିଥିଲେ। ସଂକ୍ରମଣର ଦ୍ୱିତୀୟ ଲହରର ପ୍ରକୋପ ଦେଖିବାକୁ ମିଳିଥିବାବେଳେ ସିଜେଆଇ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ମାର୍ଚ୍ଚ ୮ରେ ସବୁ ରାଜ୍ୟକୁ ପକ୍ଷଭୁକ୍ତ କରି ନୋଟିସ ଜାରି କରିଥିଲେ। ଖଣ୍ଡପୀଠ ସମସ୍ତ ରାଜ୍ୟକୁ ଏନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟଗୁଡ଼ିକର କାର୍ଯ୍ୟସ୍ଥଳରେ କେତେ ପ୍ରବାସୀ ପରିବାର ଅଛନ୍ତି। ସେମାନଙ୍କର କେତେ ଶିଶୁ ଓ ଛୋଟପିଲା ଅଛନ୍ତି। ପଞ୍ଚାୟତସ୍ତରରେ ସ୍ଥାନୀୟ ଅଧିକାରୀ ଓ ଓ୍ବାର୍ଡ ଅଫିସ ସହାୟତାରେ ଏହି ତଥ୍ୟ ସଂଗ୍ରହ କରି ଜବାବ ଦାଖଲ ପାଇଁ ଏଥିରେ ନିର୍ଦ୍ଦେଶ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri