ମୋରାଟୋରିୟମ ମାମଲାରେ କେନ୍ଦ୍ରକୁ ଭର୍ତ୍ସନା; ସପ୍ତାହେ ମଧ୍ୟରେ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭।୮: କରୋନା ମହାମାରୀ ଯୋଗୁ ଲୋକମାନେ ସାମ୍ନା କରୁଥିବା ବିଭିନ୍ନ ଆର୍ଥତ୍କ ସମସ୍ୟାରୁ ଆଶ୍ୱସ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଋଣ କିସ୍ତି ପ୍ରଦାନ ଉପରେ ମୋରାଟୋରିୟମ ସୁବିଧା ବା ଆଶ୍ୱସ୍ତି ଦେଇଥିଲେ। ହେଲେ ଏହି ମୋରାଟୋରିୟମ ଏହାର ପ୍ରକୃତ ଉଦ୍ଦେଶ୍ୟ ପୂରଣ କରିବାକୁ ସକ୍ଷମ ହୋଇ ନ ଥିବା ନଜରକୁ ଆସିଛି। ଲୋକମାନେ ଏହାଦ୍ୱାରା ଲାଭ ପାଉ ନ ଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟରେ ଆଗ୍ରା ନିବାସୀ ଗଜେନ୍ଦ୍ର ଶର୍ମା ଆବେଦନ କରିଥିଲେ। ଏଭଳି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ବୁଧବାର ଭର୍ତ୍ସନା କରିଛନ୍ତି। ମୋରାଟୋରିୟମ ଅବଧି ମଧ୍ୟରେ ସୁଧଛାଡ଼ ପ୍ରସଙ୍ଗ ଉପରେ ନ୍ୟାୟାଳୟ ଚିନ୍ତା ପ୍ରକଟ କରିଛନ୍ତି। ଏହି ପ୍ରସଙ୍ଗ ଉପରେ କେନ୍ଦ୍ର ଗୋଟିଏ ସପ୍ତାହ ମଧ୍ୟରେ ନିଜର ପକ୍ଷ ରଖୁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବିଳମ୍ବରେ ଋଣ କିସ୍ତି ପ୍ରଦାନ କ୍ଷେତ୍ରରେ ଲାଗୁ ହେଉଥିବା ସୁଧ ଉପରେ ସୁଧ ଭଳି ପ୍ରସଙ୍ଗକୁ ନେଇ ଜଷ୍ଟିସ ଅଶୋକ ଭୂଷଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଖଣ୍ଡପୀଠ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା ଆଇନରେ କେନ୍ଦ୍ର ନିକଟରେ ପର୍ଯ୍ୟାପ୍ତ କ୍ଷମତା ରହିଛି। ମାତ୍ର କେନ୍ଦ୍ର କାହିଁକି ଆର୍‌ବିଆଇ ପଛରେ ରହିବା ଭଳି କାମ କରୁଛି। ଗୋଟିଏ ସପ୍ତାହ ମଧ୍ୟରେ ଏହି ପ୍ରସଙ୍ଗ ଉପରେ ସ୍ଥିତି ସ୍ପଷ୍ଟ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସଲିସିଟର ଜେନେରାଲ ତୁଷାର ମେହେଟାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ କେନ୍ଦ୍ର ସରକାର ରିଜର୍ଭ ବ୍ୟାଙ୍କ ସହ ମିଳିତ ହୋଇ କାର୍ଯ୍ୟ କରୁଥିବା ମେହେଟା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି। ଏହି ଖଣ୍ଡପୀଠରେ ଜଷ୍ଟିସ ଆର୍‌.ସୁବାସ ରେଡ୍ଡୀ ଏବଂ ଜଷ୍ଟିସ ଏମ୍‌.ଆର୍‌.ଶାହା ରହିଛନ୍ତି। ସୁଧ ଉପରେ ଅତିରିକ୍ତ ସୁଧ ଲାଗୁ ପ୍ରସଙ୍ଗରେ ସୁପ୍ରିମକୋର୍ଟ ପ୍ରଶ୍ନ କରିବାକୁ ସଲିସିଟର ଜେନେରାଲ ଯୁକ୍ତିରେ କହିଛନ୍ତି, ସବୁ ସମସ୍ୟାର ଏକ ସାଧାରଣ ସମାଧାନ କରାଯାଇପାରିବ ନାହିଁ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଓକିଲ କପିଲ ସିବଲ ମାମଲା ଲଢ଼ୁଛନ୍ତି। ମୋରାଟୋରିୟମ ଅବଧି ଅଗଷ୍ଟ ୩୧ରେ ଶେଷ ହେଉଥିବାରୁ ଏହାକୁ ବଢ଼ାଇବା ଲାଗି ସେ ନିବେଦନ କରିଛନ୍ତି। ସେପ୍ଟେମ୍ବର ୧ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି।
କୋଭିଡ୍‌ ଯୋଗୁ ଋଣ କିସ୍ତି ପ୍ରଦାନ କ୍ଷେତ୍ରରେ ମୋରାଟୋରିୟମ ସୁବିଧା କରାଯାଇଥିବା ବେଳେ ସୁଧ ଉପରେ ସୁଧ କାହିଁକି ଚାର୍ଜ କରାଯିବ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ପ୍ରଶ୍ନ କରିଥିଲେ। ସମ୍ବିଧାନରେ ପ୍ରଦତ୍ତ ଧାରା ୨୧ ଜୀବନ ଧାରଣର ଅଧିକାର ବିପନ୍ନ ହେଉଥିବା ଦର୍ଶାଇ ସୁପ୍ରିମକୋର୍ଟରେ ଏଭଳି ଆବେଦନ କରାଯାଇଛି। ମୋରାଟୋରିୟମ ଅବଧିରେ ଋଣ କିସ୍ତି ଉପରେ ସୁଧ ନ ଚାର୍ଜ ନ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ଏବଂ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଆବେଦନରେ ଉଲ୍ଲେଖ ରହିଛି। ଏହି ପ୍ରସଙ୍ଗରେ ଜୁନ୍‌ ୪ରେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ପକ୍ଷ ଲୋଡ଼ାଯାଇଥିଲା। ସୁଧ ଛାଡ଼ ହେଲେ ଏହା ବ୍ୟାଙ୍କଗୁଡିକର ଆର୍ଥତ୍କ ସ୍ଥିରତା ପ୍ରତି ବିପଦ ସୃଷ୍ଟି କରିବ ବୋଲି ଆର୍‌ବିଆଇ ପୂର୍ବରୁ କହିସାରିଛି। ମୋରାଟୋରିୟମ ଅବଧିରେ ଋଣ କିସ୍ତି ଉପରେ ସୁଧ ଲାଗୁ ନ କରିବା ଏବଂ ସୁଧ ଉପରେ ସୁଧ ଲାଗୁ ଭଳି ପ୍ରସଙ୍ଗ ଉପରେ ବିଚାର କରିବା ଆବଶ୍ୟକତା ରହିଛି। ଏଭଳି ଚ୍ୟାଲେଞ୍ଜିଂ ସମୟରେ ମୋରାଟୋରିୟମ ସୁବିଧା ଦେଇ ସୁଧ ଉପରେ ସୁଧ ଲାଗୁ କରିବା ପ୍ରସଙ୍ଗ ଅତ୍ୟନ୍ତ ଚିନ୍ତାଜନକ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri