Posted inଜାତୀୟ

ଆଜମ ଖାନ୍‌ଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩।୮: ସମାଜବାଦୀ ପାର୍ଟି ନେତା ଆଜମ ଖାନ ୨୦୦୭ରେ ରାମପୁରର ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ବିବୃତ୍ତି ମାମଲାର ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି କରାଯାଇଥିଲା। ଶୁଣାଣି ସମୟରେ ଆଜମ ଖାନଙ୍କୁ ଆଶ୍ୱସ୍ତି ପ୍ରଦାନ କରି କୋର୍ଟ ଟ୍ରାଏଲ କୋର୍ଟର ଆଦେଶକୁ ସ୍ଥଗିତ ରଖିଛନ୍ତି। ଏହା ବ୍ୟତୀତ ଆଜମ ଖାନଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଦେଇଛନ୍ତି।
ଭଏସ୍‌ ସାମ୍ପଲ୍‌ ଦେବା ପାଇଁ ନିମ୍ନ ଅଦାଲତର ନିର୍ଦ୍ଦେଶ ବିରୋଧରେ ଆଜମ ଖାନ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଏସପି ନେତାଙ୍କ ଓକିଲ କପିଲ ସିବଲ ମଙ୍ଗଳବାର ଏହି ଆବେଦନ ଉପରେ ଶୁଣାଣି କରିବାକୁ ଦାବି କରିଥିଲେ। ଏହା ପରେ ବୁଧବାର ସୁପ୍ରିମକୋର୍ଟ ଏକ ଶୁଣାଣି କରିବେ ବୋଲି କହିଥିଲେ। ବୁଧବାର ଜଷ୍ଟିସ ଏସ ବୋପାନ୍ନା ଏବଂ ଜଷ୍ଟିସ ପି.କେ ମିଶ୍ରଙ୍କ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛନ୍ତି।
୨୦୦୭ ବିଧାନସଭା ନିର୍ବାଚନ ସମୟରେ ଆଜମ ଖାନ ଏକ ସାଧାରଣ ସଭାରେ ସମ୍ବୋଧିତ କରିବା ସମୟରେ ଉତ୍ତେଜନାମୂଳକ ଭାଷଣ ଦେଇଥିଲେ। ଏଥିରେ ଆପତ୍ତିଜନକ ଭାଷା ବ୍ୟବହୃତ ହୋଇଥିଲା। ଏହା ପରେ ଧୀରଜ କୁମାର ସିଂ ରାମପୁରର ତାଣ୍ଡା ପୋଲିସ ଷ୍ଟେଶନରେ ଆଜମଙ୍କ ବିରୋଧରେ ମାମଲା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri