Posted inଜାତୀୟ

ନୂପୁର ଶର୍ମା ଟିଭିରେ ଦେଶବାସୀଙ୍କୁ କ୍ଷମା ମାଗିବା ଉଚିତ୍‌: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧।୭: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଭାଜପାରୁ ନିଲମ୍ବିତ ହୋଇଥିବା ନୂପୁର ନୁପୁର ଶର୍ମାଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟ କଡ଼ା ନିନ୍ଦା ଦେଇଛନ୍ତି। ଟିଭିରେ ସେ ଦେଶବାସୀଙ୍କୁ କ୍ଷମା ମାଗିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି। ତାଙ୍କ ବିରୋଧରେ ବିଭିନ୍ନ ରାଜ୍ୟରେ ଚାଲିଥିବା ମାମଲାକୁ ଦିଲ୍ଲୀକୁ ସ୍ଥାନାନ୍ତର କରିବାକୁ ଶର୍ମା ଦାବି କରିଛନ୍ତି। କୋର୍ଟରେ ଏହି ଆବେଦନର ଶୁଣାଣି ହୋଇଥିଲା। ଶର୍ମାଙ୍କ ବିରୋଧରେ କୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।
ଏହି ପିଟିସନର ଶୁଣାଣି ବେଳେ ଜଷ୍ଟିସ ସୂର୍ଯ୍ୟ କାନ୍ତ କହିଛନ୍ତି, ଦେଶରେ ଯାହା ଘଟୁଛି ସେଥିପାଇଁ ସେ ଏକାକୀ ଦାୟୀ। ସେ ବିତର୍କରେ କିପରି ଭାବରେ ଉତ୍ତେଜିତ ହୋଇଥିଲେ ତାହା ଆମେ ଦେଖିଥିଲୁ। କିନ୍ତୁ ଜଣେ ଆଇନଜୀବୀ ହୋଇ ମଧ୍ୟ ସେ କିପରି ଭାବରେ ଏହି କଥା କହିଥିଲେ ତାହା ଲଜ୍ଜାଜନକ। ତାଙ୍କ ମନ୍ତବ୍ୟ ପାଇଁ ଦେଶରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉଦୟପୁର ଘଟଣା ପାଇଁ ମଧ୍ୟ ସେ ଦାୟୀ। ଦେଶର ସୁରକ୍ଷା ପାଇଁ ନୂପୁର ଶର୍ମା ବିପଦ। ତେଣୁ ସେ ସମଗ୍ର ଦେଶକୁ ଟିଭି ଜରିଆରେ ଆସି କ୍ଷମା ମାଗିବା ଉଚିତ।
ସୂଚନାଯୋଗ୍ୟ,ଟିଭି ବିତର୍କ ସମୟରେ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ନୂପୁର ତଦନ୍ତର ସମ୍ମୁଖୀନ ହୋଇଛନ୍ତି। ଭାଜପା ମଧ୍ୟ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା। ଏହି ଘଟଣାକୁ ନେଇ ଦେଶର ଅନେକ ସ୍ଥାନରେ ଅଶାନ୍ତି ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri