Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ,୬।୯: ଟ୍ରିବ୍ୟୁନାଲ ସଂସ୍କାର ଆଇନ ପ୍ରଣୟନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ସଂସ୍କାର ଅଧିନିୟମ ସଂସ୍କାର ଆଇନ ଦ୍ୱାରା ଟ୍ରିବ୍ୟୁନାଲର ସଦସ୍ୟ ତଥା ଚେୟାରମ୍ୟାନଙ୍କ ଅବଧିକୁ ହ୍ରାସ କରାଯାଇଥିବାରୁ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଛାଟ ଦେଖାଇଛନ୍ତି। ଏହା ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ପୂର୍ବ ନିୟମ ସହିତ ସମାନ ବୋଲି ପ୍ରଧାନ ବିଚାରପତି ଏନ୍‌.ଭି. ରମନା, ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ ଏବଂ ଏଲ୍‌.ଏନ୍‌ ରାଓଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି।

ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ ସର୍ବୋଚ୍ଚ ନ୍ୟାୟାଳୟର ଆଦେଶକୁ ସମ୍ମାନ ନ କରିବାକୁ ସରକାର ଲଗାତାର ଉଦ୍ୟମ କରୁଛନ୍ତି। ଖଣ୍ଡପୀଠ କହିଛନ୍ତି, କେନ୍ଦ୍ର ସରକାର ଟ୍ରିବ୍ୟୁନାଲଗୁଡିକୁ ଶକ୍ତିହୀନ କରିବାର ପ୍ରୟାସ କରୁଛନ୍ତି। ଶୀର୍ଷ କୋର୍ଟଙ୍କ ସୁପାରିଶର ୭ ଦିନ ମଧ୍ୟରେ ସରକାର ୯ ଜଣ ବିଚାରପତିଙ୍କ ନିଯୁକ୍ତିଙ୍କ ଅନୁମୋଦନ କରିଥିଲେ। ଏପରିସ୍ଥଳେ ଟ୍ରିବ୍ୟୁନାଲ ସଦସ୍ୟ ଏବଂ ଚେୟାରମ୍ୟାନ ନିଯୁକ୍ତ କରିବାକୁ ଦେଢ଼ ବର୍ଷ କାହିଁକି ବିତିଗଲାଣି ବୋଲି ସୁପ୍ରିମ୍‌କୋର୍ଟ ପ୍ରଶ୍ନ କରିଛନ୍ତି।

ପ୍ରଧାନ ବିଚାରପତି କହିଛନ୍ତି ଯେ, କହିଛି ଯେ କୋର୍ଟ ସରକାରଙ୍କ ସହିତ କୌଣସି ମୁକାବିଲା ପାଇଁ ଆଗ୍ରହୀ ନୁହଁନ୍ତି କିମ୍ବା ଏଭଳି କରିବା ଲାଗି ଆହ୍ବାନ ବି କରୁ ନାହାନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସୋମବାର (ସେପ୍ଟେମ୍ବର ୧୩)ରେ ହେବ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।

ଯଦି ସରକାର ସୁପାରିଶକୁ କାର୍ଯ୍ୟକାରୀ ନ କରନ୍ତି ତେବେ ଟ୍ରିବ୍ୟୁନାଲ ବନ୍ଦ କରିବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ କିମ୍ବା ସରକାର ନିଯୁକ୍ତିକୁ ଗ୍ରହଣ କରନ୍ତୁ। ଏହା ଦ୍ୱାରା ଜାରି ହୋଇଥିବା ଆଦେଶର ଅବମାନନା ହେବ ବୋଲି ଖଣ୍ଡପୀଠ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?