Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ,୬।୯: ଟ୍ରିବ୍ୟୁନାଲ ସଂସ୍କାର ଆଇନ ପ୍ରଣୟନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ସଂସ୍କାର ଅଧିନିୟମ ସଂସ୍କାର ଆଇନ ଦ୍ୱାରା ଟ୍ରିବ୍ୟୁନାଲର ସଦସ୍ୟ ତଥା ଚେୟାରମ୍ୟାନଙ୍କ ଅବଧିକୁ ହ୍ରାସ କରାଯାଇଥିବାରୁ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଛାଟ ଦେଖାଇଛନ୍ତି। ଏହା ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ପୂର୍ବ ନିୟମ ସହିତ ସମାନ ବୋଲି ପ୍ରଧାନ ବିଚାରପତି ଏନ୍‌.ଭି. ରମନା, ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ ଏବଂ ଏଲ୍‌.ଏନ୍‌ ରାଓଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି।

ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ ସର୍ବୋଚ୍ଚ ନ୍ୟାୟାଳୟର ଆଦେଶକୁ ସମ୍ମାନ ନ କରିବାକୁ ସରକାର ଲଗାତାର ଉଦ୍ୟମ କରୁଛନ୍ତି। ଖଣ୍ଡପୀଠ କହିଛନ୍ତି, କେନ୍ଦ୍ର ସରକାର ଟ୍ରିବ୍ୟୁନାଲଗୁଡିକୁ ଶକ୍ତିହୀନ କରିବାର ପ୍ରୟାସ କରୁଛନ୍ତି। ଶୀର୍ଷ କୋର୍ଟଙ୍କ ସୁପାରିଶର ୭ ଦିନ ମଧ୍ୟରେ ସରକାର ୯ ଜଣ ବିଚାରପତିଙ୍କ ନିଯୁକ୍ତିଙ୍କ ଅନୁମୋଦନ କରିଥିଲେ। ଏପରିସ୍ଥଳେ ଟ୍ରିବ୍ୟୁନାଲ ସଦସ୍ୟ ଏବଂ ଚେୟାରମ୍ୟାନ ନିଯୁକ୍ତ କରିବାକୁ ଦେଢ଼ ବର୍ଷ କାହିଁକି ବିତିଗଲାଣି ବୋଲି ସୁପ୍ରିମ୍‌କୋର୍ଟ ପ୍ରଶ୍ନ କରିଛନ୍ତି।

ପ୍ରଧାନ ବିଚାରପତି କହିଛନ୍ତି ଯେ, କହିଛି ଯେ କୋର୍ଟ ସରକାରଙ୍କ ସହିତ କୌଣସି ମୁକାବିଲା ପାଇଁ ଆଗ୍ରହୀ ନୁହଁନ୍ତି କିମ୍ବା ଏଭଳି କରିବା ଲାଗି ଆହ୍ବାନ ବି କରୁ ନାହାନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସୋମବାର (ସେପ୍ଟେମ୍ବର ୧୩)ରେ ହେବ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।

ଯଦି ସରକାର ସୁପାରିଶକୁ କାର୍ଯ୍ୟକାରୀ ନ କରନ୍ତି ତେବେ ଟ୍ରିବ୍ୟୁନାଲ ବନ୍ଦ କରିବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ କିମ୍ବା ସରକାର ନିଯୁକ୍ତିକୁ ଗ୍ରହଣ କରନ୍ତୁ। ଏହା ଦ୍ୱାରା ଜାରି ହୋଇଥିବା ଆଦେଶର ଅବମାନନା ହେବ ବୋଲି ଖଣ୍ଡପୀଠ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri