ଭାରତୀୟ କୁସ୍ତି ସଂଘ ନିର୍ବାଚନ ପ୍ରସଙ୍ଗ: ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୮: ଭାରତୀୟ କୁସ୍ତି ସଂଘର ନିର୍ବାଚନ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ୧୧ ଅଗଷ୍ଟରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ନିର୍ବାଚନ ଉପରେ ୨୮ ଅଗଷ୍ଟ ପର୍ଯ୍ୟନ୍ତ ରୋକ ଲଗାଇଥିଲେ। ଏହି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା ଏବଂ ପ୍ରତିବନ୍ଧକକୁ ହଟାଇବା ପାଇଁ ଏକ ଆବେଦନ କରାଯାଇଥିଲା। ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି ବେଳେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି।

ହରିୟାଣା ଏମେଚ୍ୟର କୁସ୍ତି ସଂଘ(ହାୱା)ର ପ୍ରତିନିଧୀଙ୍କ ଭୋଟ ଅଧିକାରକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ଶୁଣାଣି କରି ପଞ୍ଜାବ-ହରିୟାଣା ହାଇକୋର୍ଟ ଭାରତୀୟ କୁସ୍ତି ସଂଘର ନିର୍ବାଚନ ଉପରେ ଅଗଷ୍ଟ ୨୮ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ହରିୟାଣା କୁସ୍ତି ସଂଘରର ଯୁଗ୍ମ ସଚିବ ଇନ୍ଦ୍ରଜିତ୍‌ ସିଂ ହାଇକୋର୍ଟଙ୍କୁ କହିଛନ୍ତି ଯେ ହାୱାର ହରିୟାଣା ଅଲିମ୍ପିକ ଆସୋସିଏଶନ ଦ୍ୱାରା ସ୍ବୀକୃତିପ୍ରାପ୍ତ ନୁହେଁ। ଶେଷ ଶୁଣାଣିରେ ହରିୟାଣା ଅଲିମ୍ପିକ ଆସୋସିଏଶନ ମଧ୍ୟ ସ୍ବୀକାର କରିଛି ଯେ, ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ନିର୍ବାଚନରେ ଭୋଟ ଦେବା ପାଇଁ ହାୱାକୁ ବୈଧ ସଦସ୍ୟ ଭାବରେ ଗ୍ରହଣ କରାଯାଇପାରିବ ନାହିଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri